Odisha News

କଲବଲ କଲାଣି ଖରା, ଭୁବନେଶ୍ୱରରେ ସାଢ଼େ ୮ଟା ସୁଦ୍ଧା ୩୧ ଡିଗ୍ରୀ ପାର୍ ତାପମାତ୍ରା

ଭୁବନେଶ୍ୱର,୧୦/୪: ରାଜଧାନୀ ଭୁବନେଶ୍ୱରରେ ଅସମ୍ଭାଳ ତାତି। ଆକାଶରୁ ଅଗ୍ନି ବର୍ଷା ହେଉଛି। ଆଜି ସକାଳ ୮ ଟା ୩୦ ସୁଦ୍ଧା ଭୁବନେଶ୍ୱର ତାପମାତ୍ର ୩୧ଡିଗ୍ରୀ ଛୁଇଁଥିଲା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଯାହାଫଳରେ ଜୀବନ ଯାତ୍ରା ଅସ୍ତବ୍ୟସ୍ତ ହୋଇପଡ଼ିଛି।
ରାଜ୍ୟରେ ଆଗାମୀ ୨ରୁ ୩ ଦିନ ଦିନ ମଧ୍ୟରେ ତାପମାତ୍ରା ଆହୁରି ବଢ଼ିବ। ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡ଼ିଗ୍ରୀ ବଢ଼ିବାର ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ରାଜ୍ୟରେ କାଳବୈଶାଖୀ ପ୍ରଭାବ କମିବା ସହ ଉତ୍ତର-ପଶ୍ଚିମ ଦିଗରୁ ଶୁଷ୍କ-ଗରମ ବାୟୁ ପ୍ରଭାବରେ ଦିନ ତାପମାତ୍ରାରେ ବୃଦ୍ଧି ହେବାର ସମ୍ଭାବନା ରହିଛି। ଶୁଷ୍କ-ଗରମ ବାୟୁ ପ୍ରଭାବରେ ଅଭ୍ୟନ୍ତରୀଣ ଓଡ଼ିଶା, ଉପକୂଳ ଓଡ଼ିଶା, ପଶ୍ଚିମ ଓଡ଼ିଶା ଓ ଉତ୍ତର ଓଡ଼ିଶାର କିଛି ଜିଲ୍ଲାରେ ତାପମାତ୍ରା ବୃଦ୍ଧି ପାଇବ। କିନ୍ତୁ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ କାଳବୈଶାଖୀର ହେବାର ସମ୍ଭାବନା ରହିଛି।
ସୂଚନାଯୋଗ୍ୟ, କିଛି ଦିନ ହେବ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ହେବା ଯୋଗୁ ରାଜ୍ୟରେ ତାପମାତ୍ର ହ୍ରାସ ପାଇଥିଲା। କିନ୍ତୁ ଦୁଇ ଦିନ ହେବ ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ଭୁବନେଶ୍ୱରର ଦିନର ତାପମାତ୍ରା ୩୯.୪ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଆଜି ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ରା ୩୧ ଡିଗ୍ରୀ ଛୁଇଁଛି।

Related Posts

Seo wordpress plugin by www.seowizard.org.