Odisha News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୧୭/୯: ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି , ଆଇଟିଡିଏ: ପ୍ରକଳ୍ପ ପ୍ରଶାସକ , ଶ୍ରୀ ଦିଲ୍ଲୀପ କୁମାର ବେହେରା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗଦାନ ଦେଇ ଶୁଣାଣୀ କରିଥିଲେ ।
ଏହି କାର୍ଯ୍ୟ କ୍ରମରେ କୁଜାସିଂ ଗ୍ରାମ ପଞ୍ଚାୟତ ସମେତ ନମନଗଡ , ଜୀବା ଓ ଝାମୀ ପଞ୍ଚାୟତର ସମୁଦାୟ ମୋଟ- ୧୬୦ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୧୦୫ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୫୫ ଗୋଟି ଆସିଥିଲା ।
ଆସିଥିବା ମୋଟ ୧୬୦ ଟି ଅଭିଯୋଗ ସମସ୍ୟା ମଧ୍ୟରୁ ୭ ଗୋଟି ଆଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ନିମନ୍ତେ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ଗୁମ୍ମ ପଞ୍ଚାୟତ ସମିତି ଅଧ୍ୟକ୍ଷ ଶ୍ରୀମତୀ ସୁନେମି ମଣ୍ଡଳ ଉପଖଣ୍ଡ ପୋଲିସ୍ ଅଧିକାରୀ ଶ୍ରୀ ମାଧବ ନନ୍ଦ ନାୟକ , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରାକ ଅଲ୍ଲୀ , ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଆକାଶ କୁମାର ପଣ୍ଡା , ତହସିଲଦାର ଶ୍ରୀ ପ୍ରସନ୍ନ ସାରସ୍ଵତ ଓ ସ୍ଥାନୀୟ ସରପଞ୍ଚ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ।

Related Posts

Seo wordpress plugin by www.seowizard.org.