Odisha News

ପୋଲିସ ଡିଜି ୱାଇ ବି ଖୁରାନିଆଙ୍କ କାର୍ଯ୍ୟକାଳ ବଢ଼ାଇଲେ ରାଜ୍ୟ ସରକାର

ଭୁବନେଶ୍ୱର, ୧୮/୯ : ୧୯୯୦ ବ୍ୟାଚ୍ ବରିଷ୍ଠ ଆଇପିଏସ୍ ଡିଜି ୱାଇବି ଖୁରାନିଆ ସର୍ବନିମ୍ନ ୨ବର୍ଷ ପାଇଁ ରାଜ୍ୟ ପୁଲିସ ଡିଜି ପଦବୀରେ ରହିବେ ।
୨୦୨୪ ଅଗଷ୍ଟ ୧୬ତାରିଖରୁ ତାଙ୍କର ଏହି ୨ବର୍ଷିଆ କାର୍ଯ୍ୟକାଳ ଆରମ୍ଭ ହୋଇଛି ଯାହାକି ୨୦୨୬ ଅଗଷ୍ଟ ୧୬ତାରିଖରେ ଶେଷ ହେବ ।
ଆଜି ରାଜ୍ୟ ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ରାଜ୍ୟ ପୁଲିସ ଡିଜି ୱାଇବି ଖୁରାନିଆଙ୍କ କାର୍ଯ୍ୟକାଳକୁ ସର୍ବନିମ୍ନ ୨ବର୍ଷ ଅର୍ଥାତ୍ ୨୦୨୬ ଅଗଷ୍ଟ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି ।
କେନ୍ଦ୍ର ଗୃହ ମନ୍ତ୍ରଣାଳୟର ୧୯୭୭ ମସିହା ମେ’ ମାସର ନିର୍ଦ୍ଦେଶନାମା ଆଧାରରେ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।
ରାଜ୍ୟ ପୁଲିସ ଡିଜି ଭାବେ ଶ୍ରୀ ଖୁରାନିଆ ଚଳିତବର୍ଷ ଅଗଷ୍ଟ ୧୬ତାରିଖରେ ଦାୟିତ୍ୱ ଗ୍ରହଣ କରିଥିଲେ ।
ଶ୍ରୀ ଖୁରାନିଆ ୨୦୨୬ ମାର୍ଚ୍ଚ ମାସରେ ୬୦ବର୍ଷ ବୟସରେ ସରକାର ଚାକିରିରୁ ଅବସର ନେଇଥାନ୍ତେ ।
ମାତ୍ର ପୁଲିସ ଡିଜି ପଦବୀରେ ତାଙ୍କୁ ସର୍ବନିମ୍ନ ୨ବର୍ଷ ପାଇଁ ରାଜ୍ୟ ସରକାର ନିଯୁକ୍ତି ଦେଇଥିବାରୁ ସେ ୨୦୨୬ ଅଗଷ୍ଟ ୧୬ତାରିଖ ପର‌୍ୟ୍ୟନ୍ତ କାର‌୍ୟ୍ୟ କରିପାରିବେ ।

Related Posts

Seo wordpress plugin by www.seowizard.org.