Odisha News

ଭୁବନେଶ୍ବର ମେଟ୍ରୋ ଟ୍ରେନ୍ ପାଇଁ ଦିଲ୍ଲୀ ମେଟ୍ରୋ ଟ୍ରେନ୍ କର୍ପୋରେସନ ଲିଃ ମଧ୍ୟରେ ସ୍ବାକ୍ଷରିତ, ୪ ବର୍ଷରେ ପ୍ରକଳ୍ପ କାମ ସରିବା ଲକ୍ଷ୍ୟ

ଭୁବନେଶ୍ବର,୨୦/୧୧ : ଭୁବନେଶ୍ବରରେ ପ୍ରସ୍ତାବିତ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଚୁକ୍ତି ସ୍ବାକ୍ଷରିତ ହୋଇଛି । ଏହି ଚୁକ୍ତି ଭୁବନେଶ୍ବର ମେଟ୍ରୋ ରେଳ କର୍ପୋରେସନ ଲିଃ ଓ ଦିଲ୍ଲୀ ମେଟ୍ରୋ ରେଳ କର୍ପୋରେସନ ଲିଃ ମଧ୍ୟରେ ସ୍ବାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ଚୁକ୍ତି ସ୍ବାକ୍ଷରିତ ହୋଇଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଏହି ଚୁକ୍ତି ଓଡ଼ିଶାର ପରିବହନ ଇତିହାସରେ ଏକ ନୂତନ ଯୁଗର ଆବିର୍ଭାବର ସଙ୍କେତ ଦେଉଛି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଏହି ପ୍ରକଳ୍ପ ମାଧ୍ୟମରେ ଆମେ ରାଜଧାନୀ ଅଞ୍ଚଳରେ ପରିବହନ କ୍ଷେତ୍ରରେ ଏକ ବୈପ୍ଲବିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ହେଉଛୁ । ମୋ ସରକାରଙ୍କ ୫-ଟି ଇନିସିଏଟିଭ୍ ଅଧୀନରେ ଏହା ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ, ଯାହା ଏକ ନୂତନ ଓଡ଼ିଶାର ଆବିର୍ଭାବର ପ୍ରତୀକ ହେବ ବୋଲି ସେ କହିଛନ୍ତି।
ଏହି ପ୍ରକଳ୍ପ ପାଇଁ ମୋଟ ୬୨୫୫ କୋଟି ଟଙ୍କା ବ୍ୟୟ ହେବ ଓ ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ଉଠାଇବେ । ପକଳ୍ପର ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ବର ଏୟାରପୋର୍ଟଠାରୁ ତ୍ରିଶୂଳିଆ ଛକ ପର୍ଯ୍ୟନ୍ତ ମୋଟ ୨୬ କିଲୋମିଟର ପର୍ଯ୍ୟନ୍ତ ମେଟ୍ରୋ ରେଳ ଚାଲିବ ।
ଏହା ମଧ୍ୟରେ ମୋଟ ୨୦ଟି ଷ୍ଟେସନ ରହିବ । ଏସବୁ ଷ୍ଟେସନ ମଧ୍ୟରେ ରହିଛି ରାଜମହଲ ଛକ, ଜୟଦେବ ବିହାର ଛକ, କ୍ୟାପିଟାଲ ହସପିଟାଲ, ପଟିଆ ଛକ ଇତ୍ୟାଦି । ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ଏପ୍ରିଲ ପହିଲାରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପ ସଂପର୍କରେ ଘୋଷଣା କରିଥିଲେ ।

Related Posts

Seo wordpress plugin by www.seowizard.org.