Odisha News

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ କେନ୍ଦ୍ରାପଡ଼ା ଜିଲ୍ଲା ଶିକ୍ଷା ଅଧିକାରୀ

କେନ୍ଦ୍ରାପଡା, ୨୭/୭: ଭିଜିଲାନ୍ସ ଜାଲରେ ପଡିଲେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ । ବଦଳି କରାଇଦେବା ପାଇଁ ଶିକ୍ଷା ବିଭାଗର ଜଣେ ପିଅନଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କେନ୍ଦ୍ରାପଡା ଭିଜିଲାନ୍ସ ତାଙ୍କୁ ଲାଞ୍ଚ ଟଙ୍କା ସହ ଧରିଛି ।
ତେବେ ତିନିମୁହାଣି ଛକ ଏନଏଚ କଲୋନୀ ସ୍ଥିତ ଭଡା ଘରେ ଡିଇଓ ଲାଞ୍ଚ ଟଙ୍କା ଗ୍ରହଣ କରୁଥିଲେ । ସବୁଠାରୁ ବଡ଼ କଥା ହେଲା ଆଉ ମାତ୍ର ୩ ଦିନ ପରେ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ଅବସର ନେଇଥାଆନ୍ତେ ।
ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡା ପଟ୍ଟମୁଣ୍ଡାଇ ନିମପୁର ସ୍କୁଲର ପିଅନ ସନ୍ତୋଷ କୁଣ୍ଡୁଙ୍କୁ ଡେରାବିଶ ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର‌୍ୟ୍ୟାଳୟକୁ ବଦଳି କରିଦେବା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ଲାଞ୍ଚ ନେଉଥିଲେ ।
ଲାଞ୍ଚ ଟଙ୍କା ସହ ଧରାପଡିବା ପରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଭଡା ଘର ସମେତ କଟକ ସ୍ଥିତ ଘର, ବାଲେଶ୍ବର ସ୍ଥିତ ପୈତୃକ ଘରେ ଏକକାଳୀନ ଭିଜିଲାନ୍ସ ଚଢାଉ କରୁଥିବା ଜଣାପଡିଛି । ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରି ଛାନଭିନ୍ ଜାରି ରଖିଛି ଭିଜିଲାନ୍ସ ଟିମ୍ ।
ଶିକ୍ଷା ଅଧିକାରୀ ସଂଜୀବ ସିଂହଙ୍କ ନାମରେ ବିଭିନ୍ନ ସମୟରେ ଲାଞ୍ଚ ନେବା, ତଦନ୍ତକୁ ଚପେଇ ଦେବା ଏବଂ ବଦଳି କରିଦେବା, ବିଲ୍ କରିଦେବା ପାଇଁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇ ଆସୁଥିଲା ।

Related Posts

Seo wordpress plugin by www.seowizard.org.