Odisha News

ଅଙ୍ଗନୱାଡ଼ି କେନ୍ଦ୍ରରେ ଦୀର୍ଘଦିନ ହେଲା ନଳକୂପ ଅଚଳ : ପାଣି ସମସ୍ୟା ସୁଧୁରିବ କେବେ ?

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୯/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଚାଞ୍ଚେଡ଼ି ପଞ୍ଚାୟତ ଅନ୍ତର୍ଗତ କେଲେମାହା ଅଙ୍ଗନୱାଡ଼ି କେନ୍ଦ୍ରରେ ଆଜକୁ ଦୀର୍ଘଦିନ ହେଲା ପାନୀୟ ଜଳ ସମସ୍ୟା ଦେଖା ଦେଇଛି ।
ଉକ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ଥିବା ଏକମାତ୍ର ନଳକୂପ ଟି ବହୁତ ଦିନ ହେଲା ଅଚଳ ଅବସ୍ଥାରେ ପଡ଼ିରହିଛି ।
ମରାମତି କରିବା ନିମନ୍ତେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଥିଲେ ମଧ୍ୟ ଏଯାଏଁ ମରାମତି ହୋଇନଥିବା ବିଷୟ ଅଙ୍ଗନବାଡି କର୍ମଚାରୀ ପ୍ରକାଶ କରିଛନ୍ତି ।
କୁନି କୁନି ପିଲାମାନେ ପାନୀୟ ଜଳ ପାଇବାରୁ ବଞ୍ଚିତ ହେଉଛନ୍ତି । ଏଥିସହ ମଧ୍ୟାହ୍ନ ଭୋଜନ ପାଇଁ ରୋଷେଇ କରିବା ପିଲାଙ୍କ ପିଇବା ପାଣି ବାହାରୁ ବୋହି ଆଣି ଦେବାକୁ ପଡ଼ୁଛି ।
ଏହି ଅଙ୍ଗନୱାଡ଼ି କେନ୍ଦ୍ରରେ ମୋଟ ୩୮ ଜଣ ଛାତ୍ର ଛାତ୍ରୀ ରହୁଥିବା ବେଳେ ପାନୀୟ ଜଳ ସମସ୍ୟା ଯୋଗୁଁ ବହୁତ ଅସୁବିଧାର ସମ୍ମୁଖିନ ହେଉଛନ୍ତି ।
ଏଥିପ୍ରତି ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଦୃଷ୍ଟି ଦେଇ କେଲେମାହା ଅଙ୍ଗନୱାଡ଼ି କେନ୍ଦ୍ର ଠାରେ ନଳକୂପ ସଜାଡ଼ିବା ସହ ପାନୀୟ ଜଳ ସୁବିଧା କରିବା ପାଇଁ ଅଙ୍ଗନୱାଡି ପାଚିକାଙ୍କ ସମେତ ଗ୍ରାମବାସୀ ମାନେ ଦାବି କରିଛନ୍ତି ।
ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମ ଆୟୋଜିତ
ବାଲିଗୁଡା, ୯/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ରେ “ଆମ ସଂସ୍କୃତି ଓ ଆମ ଖେଳନା” କାର୍ଯ୍ୟକ୍ରମ ସହ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରମୋଦ ପୂଜାରୀଙ୍କ ସଭାପତିତ୍ୱରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ସେବା ନିବୃତ୍ତ ଶିକ୍ଷକ ଯୋଗେନ୍ଦ୍ର ଜେନା ଯୋଗଦେଇ ଦୀପ ଧୂପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସମ୍ମାନିତ ଅତିଥି ଭାବେ ଶିକ୍ଷକ ସବିର କୁମାର ପ୍ରଧାନ, ଶିକ୍ଷୟତ୍ରୀ ଶ୍ରୀମତୀ ରଜନୀ ମଳିକ ପ୍ରମୁଖ ଯୋଗ ଦେଇ ଆମ ସଂସ୍କୃତି ଓ ଆମ ଖେଳନା କାର୍ଯ୍ୟକ୍ରମର ଉଦେଶ୍ୟ ଓ ଉପଯୋଗୀତା ସହ ଶୈକ୍ଷିକ ବିକାଶରେ ମାତା ଓ ପିଲାଙ୍କ ଭୁମିକା ସମ୍ପର୍କରେ ସମ୍ୟକ ଅଭିଭାଷଣ ପ୍ରଦାନ କରିଥିଲେ ।
ପ୍ରଧାନ ଶିକ୍ଷକ ଜଗଦୀଶ ଚନ୍ଦ୍ର ବେହେରା ଅତିଥି ମାନଙ୍କର ପରିଚୟ ପ୍ରଦାନ କରିଥିବା ବେଳେ ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ କିମନ୍ତି ମଳିକ ବାର୍ଷିକ ବିବରଣୀ ପଠନ କରିଥିଲେ ।
ବିଭିନ୍ନ ପ୍ରତିଯୋଗିତା ର କୃତି ପ୍ରତିଯୋଗୀ ମାନଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।
ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ଆୟୋଜିତ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମକୁ ସହକାରୀ ଶିକ୍ଷୟତ୍ରୀ ଶ୍ରୀମତୀ ସରୋଜିନୀ ମଳିକଙ୍କ ସମେତ ବିଦ୍ୟାଳୟ ପରିଚାଳନା କମିଟିର ସମସ୍ତ ସଦସ୍ୟ, ଶିକ୍ଷକ, ଶିକ୍ଷୟତ୍ରୀ ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ । ଶେଷରେ ପ୍ରଧାନଶିକ୍ଷକ ଶ୍ରୀବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।

Related Posts