Odisha News

ଅଟକିଲା ଭୂବନେଶ୍ୱର ସେବା ଏକ୍ସପ୍ରେସ: ଯାନ୍ତ୍ରିକ ତ୍ରୁଟି ପାଇଁ ଚାଲିପାରୁନି ଟ୍ରେନ୍, ଫସିଲେ ୫୦୦ରୁ ଅଧିକ ଯାତ୍ରୀ

ନୟାଗଡ଼,୬/୭: ‘ସେବା ଏକ୍ସପ୍ରେସ୍’ ନାମରେ ନୟାଗଡ଼ରୁ ଭୁବନେଶ୍ବର ଚାଲୁଥିବା ମେମୁ ଟ୍ରେନ୍ ପୁଣି ଅଟକିଛି। ପୂର୍ବରୁ ଜଙ୍ଗଲ ଭିତରେ ଏହି ଟ୍ରେନ୍ ଅଟକିଥିବା ବେଳେ ଆଜି ନୟାଗଡ଼ ଷ୍ଟେସନରେ ଦୀର୍ଘ ସମୟ ପର‌୍ୟ୍ୟନ୍ତ ଷ୍ଟାର୍ଟ ହୋଇପାରି ନଥିଲା।
ସକାଳ ୬ଟା ୪୫ରେ ଟ୍ରେନ୍ ଛାଡ଼ିବା ପାଇଁ ନିର୍ଦ୍ଧାରିତ ଥିଲା କିନ୍ତୁ ଯାନ୍ତ୍ରିକ ତ୍ରୁଟି କାରଣରୁ ଠିକ୍ ସମୟରେ ଟ୍ରେନ୍ଟି ଭୁବନେଶ୍ବର ଅଭିମୁଖେ ଗଡ଼ିପାରି ନଥିଲା। ପ୍ରାୟ ୨ ଘଣ୍ଟାରୁ ଊର୍ଦ୍ଧ୍ବ ସମୟ ଧରି ଷ୍ଟେସନରେ ଅଚଳ ଅବସ୍ଥାରେ ରହିବା ପରେ ଟ୍ରେନ୍ଟି ସକାଳ ୯ଟାରେ ଭୁବନେଶ୍ବର ଅଭିମୁଖେ ଗଡ଼ିଥିଲା।
ତେବେ ଦୀର୍ଘ ସମୟ ଧରି ଟ୍ରେନ୍ ଷ୍ଟାର୍ଟ ହୋଇ ନଥବାରୁ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଏହି ଘଟଣାକୁ ନେଇ ଷ୍ଟେସନ ମାଷ୍ଟରଙ୍କୁ ଲୋକେ ଘେରି ପାଟିତୁଣ୍ଡ କରିଥିଲେ। ରେଳ ଷ୍ଟେସନରେ ଉତ୍ତେଜନା ଦେଖା ଦେଇଥିଲା । ଟିକେଟ କ୍ୟାନସେଲେସନ ପାଇଁ ଷ୍ଟେସନ ମାଷ୍ଟର ରାଜି ହୋଇ ନଥିଲେ।
ସୂଚନାଯୋଗ୍ୟ, ଗତ ୧ ତାରିଖ ଦିନ ନୂଆଗାଁ ରୋଡ଼ରୁ ଭୁବନେଶ୍ୱର ଯାଉଥିବା ମେମୁ ଟ୍ରେନଟି ନୂଆଗାଁ ଜଙ୍ଗଲ ମଧ୍ୟରେ ଅଚଳ ହୋଇ ଯାଇଥିଲା। ନୂଆଗାଁ ରୋଡ଼ରୁ ଅପରାହ୍ନ ୪:୧୫ରେ ଏହି ଟ୍ରେନ ଛାଡ଼ିବାର କିଛି କିଲୋମିଟର ଦୂର ତଥା ମହୀପୁର ଷ୍ଟେସନ ପହଞ୍ଚିବା ପୂର୍ବରୁ ନୂଆଗାଁ ଜଙ୍ଗଲ ମଧ୍ୟରେ ଏହାର ଇଞ୍ଜିନ ଅଚଳ ହୋଇଯାଇଥିଲା।
ଏହାର ଲୋକ ପାଇଲଟ ଟ୍ରେନ ନିର୍ମାଣ କରିଥିବା କମ୍ପାନି ସହିତ ଯୋଗାଯୋଗ କରି ଟ୍ରେନ ମରାମତି କରିବା ପରେ ଟ୍ରେନଟି ପ୍ରାୟ ଅଧଘଣ୍ଟା ବିଳମ୍ବରେ ଛାଡ଼ିଥିଲା । ଫଳରେ ଏଥିରେ ଭୁବନେଶ୍ୱର ଯିବା ପାଇଁ ବସିଥିବା ଯାତ୍ରୀମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ।

Related Posts

Seo wordpress plugin by www.seowizard.org.