Odisha News

ଅଭୟ ପାଠକଙ୍କ ଆର୍ଥିକ କାରବାର ମାମଲାରେ ଇଡିରେ ହାଜର ହେଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ

ଭୁବନେଶ୍ୱର, ୧୯/୧୦: ଆଜି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର କାର୍ଯ୍ୟାଳୟରେ ହାଜର ହୋଇଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ ସୁଜାତା ପାଣିଗ୍ରାହୀ ଜ୍ଝ ଟାଟା କମ୍ପାନୀରେ ନିଯୁକ୍ତି ନେଇ ଅର୍ଥ ହେରଫେର ଅଭିଯୋଗ ଆସିବା ପରେ ଆଜି ଇଡି ପକ୍ଷରୁ ତାଙ୍କୁ ପଚରାଉଚୁରା କରାଯାଉଛି ଜ୍ଝ
ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଆଇଏଫଏସ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ୨୦୨୦, ନଭେମ୍ବର ୨୭ ତାରିଖରେ ଗିରଫ ହୋଇ ଜେଲ ଯାଇଥିଲେ।
ଏହାପରେ ଟାଟା ମୋଟର୍ସରେ ନକଲି ଏମଡ଼ି ସାଜି କୋଟି କୋଟି ଟଙ୍କା ଆକାଶ ଠକିଥିବା ଅଭିଯୋଗ ହୋଇଥିଲା। ଏ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ କରିବା ସହିତ ୨୦୨୦, ଡିସେମ୍ବର ୩ରେ ଶ୍ରୀ ପାଣିଗ୍ରାହୀଙ୍କୁ ଗିରଫ କରିଥିଲା।

Related Posts

Seo wordpress plugin by www.seowizard.org.