Odisha News

ଆଜି ପୌରାଞ୍ଚଳ ପାଇଁ ଉପାଧ୍ୟକ୍ଷ ନିର୍ବାଚନ, ଦିନ ୧ଟା ୩୦ରୁ ୩ଟା ୩୦ ମଧ୍ୟରେ ହେବ ମତଦାନ

ଭୁବନେଶ୍ୱର, ୭/୪ : ଗୁରୁବାର ୫୮ ଏନ୍ଏସି ଓ ୪୭ ପୌର ପରିଷଦର ଉପାଧ୍ୟକ୍ଷ ପାଇଁ ହେବ ନିର୍ବାଚନ । ଆଜି ପୂର୍ବାହ୍ନ ୧୦ଟାରୁ ୧୧ଟା ମଧ୍ୟରେ ପୌର ଉପାଧ୍ୟକ୍ଷ ପଦବୀ ଲାଗି ହେବ ନାମାଙ୍କନ ।
୧୧ଟାରୁ ୧୨ ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ । ଦିନ ଗୋଟାଏ ଯାଏ ଚାଲିବ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପ୍ରକ୍ରିୟା। ଅପରାହ୍ନ ସାଢ଼େ ଗୋଟାଏରୁ ସାଢ଼େ ୩ଟା ଯାଏ ହେବ ମତଦାନ । ମତଦାନ ପରେ ହିଁ ଭୋଟ ଗଣତି ଓ ଫଳାଫଳ ଘୋଷଣା ହେବ ।
ସେହିଭଳି ଆଜି କଟକ, ୮ ତାରିଖରେ ବ୍ରହ୍ମପୁର ଓ ୯ ତାରିଖରେ ଭୁବନେଶ୍ୱର ମହାନଗର ନିଗମ ଡେପୁଟି ମେୟର ପଦ ପାଇଁ ହେବ ନିର୍ବାଚନ। ମହାନଗରଗୁଡ଼ିକରେ ପୂର୍ବାହ୍ନ ୧୦ଟାରୁ ୧୧ଟା ମଧ୍ୟରେ ନାମାଙ୍କନ ଦାଖଲ, ୧୧ଟାରୁ ୧୨ଟା ମଧ୍ୟରେ ନାମାଙ୍କନ ପତ୍ର ଯାଞ୍ଚ ।
ଦିନ ଗୋଟାଏ ଯାଏ ପ୍ରାର୍ଥୀପତ୍ର ପ୍ରତ୍ୟାହାର ପ୍ରକ୍ରିୟା ଏବଂ ଅପରାହ୍ନ ସାଢ଼େ ଗୋଟାଏରୁ ମତଦାନ ଆରମ୍ଭ ହେବ । ମତଦାନ ପରେ ସେହିଦିନ ଭୋଟ ଗଣତି ଓ ଫଳାଫଳ ଘୋଷଣା କରାଯିବ । ୨ ରୁ ଅଧିକ ପ୍ରାର୍ଥୀ ରହିଲେ, ରାଉଣ୍ଡ ୱାରି ଭୋଟିଂ ହେବ ।
ପ୍ରତି ରାଉଣ୍ଡରେ କମ ଭୋଟ ପାଉଥିବା ଜଣେ ଲେଖାଏଁ ପ୍ରାର୍ଥୀ ପ୍ରତିଦ୍ବନ୍ଦ୍ବିତାରୁ ଓହରି ଚାଲିବେ । ଶେଷ ଦୁଇ ଜଣଙ୍କ ମଧ୍ୟରେ ଚୂଡ଼ାନ୍ତ ଲଢ଼େଇ ହେବ।
ଦଳ ବଦଳ ବିରୋଧ ଆଇନ ଲାଗୁ ହୋଇଥିବାରୁ ରାଜନୈତିକ ଦଳ ପ୍ରତିନିଧି ଦେଇପାରିବେ। ଏଭଳି କ୍ଷେତ୍ରରେ ଭୋଟ ବେଳେ ଦଳୀୟ କାଉନସିଲର ଓ କର୍ପୋରେଟର ସେମାନଙ୍କୁ ନିଜ ଭୋଟ ଦେଖାଇ ଭୋଟ ଦେବେ । ଦଳ ବଦଳ ନିରୋଧ ଆଇନ ଲାଗୁ ହୋଇଥିବାରୁ ନିର୍ବାଚନ ବେଳେ ସବୁଦଳ ନିଜ ପ୍ରତିନିଧି ରଖିପାରିବେ ।
ଭୋଟ ବେଳେ ଦଳୀୟ କାଉନସିଲର ଓ କର୍ପୋରେଟର ସେମାନଙ୍କୁ ନିଜ ଭୋଟ ଦେଖାଇ ଭୋଟ ଦେବେ । ନହେଲେ ପଦ ହରାଇବେ

Related Posts

Seo wordpress plugin by www.seowizard.org.