Odisha News

ଋାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା: ୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮/୭: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଜାରି ରହିଛି ବର୍ଷା । ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ପାରାଦୀପ ଉପରେ ଦକ୍ଷିଣ ପୂର୍ବ ଦିଗ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଲମ୍ବିଛି ଏବଂ ସମୁଦ୍ର ପତନ ଠାରୁ ୧.୫ କିଲୋମିଟର ପର‌୍ୟ୍ୟନ୍ତ ବିସ୍ତାରିତ ହୋଇ ରହିଛି।
ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

Related Posts

Seo wordpress plugin by www.seowizard.org.