Odisha News

ଏସଏଚଜି ମହିଳାଙ୍କୁ ଦିଆଯବ ଡ୍ରାଇଭିଂ ଟ୍ରେନିଂ, ୨ଲକ୍ଷ ଇସି ସଦସ୍ୟଙ୍କୁ ଇ-ସ୍କୁଟର କ୍ରୟ ପାଇଁ ଋଣ ଯୋଗାଇବେ ରାଜ୍ୟ ସରକାର

ଭୁବନେଶ୍ୱର,୬/୩: ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାଙ୍କୁ ଦିଆଯିବ ଡ୍ରାଇଭିଂ ଟ୍ରେନିଂ । ପ୍ରତି ଜିଲ୍ଲାରେ ଏସଏଚଜି ମହିଳାଙ୍କୁ ଦିଆଯିବ ଡ୍ରାଇଭିଂ ଟ୍ରେନିଂ ।ରାଜ୍ୟ ସରକାର କିଛି ଏଭଳି ନିଷ୍ପତ୍ତି ନେଇଛନ୍ତି ।
ମିଶନ ଶକ୍ତି ସଚିବ ସୁଜାତା ଆର୍ କାର୍ତ୍ତିକେୟନ ସୂଚନା ଦେଇ କହିଛନ୍ତି ଯେ ଏବର୍ଷ ଜଙ୍ଗଲ ଓ ପରିବେଶ, ଗଣଶିକ୍ଷା ବିଭାଗ ସହ ସହଭାଗିତା କରିବ ମିଶନ ଶକ୍ତି । ଜଙ୍ଗଲ ନିଆଁ ନେଇ ସଚେତନତା ସୃଷ୍ଟି ସହ ନର୍ସରୀ କାମ ପାଇବେ ମିଶନ ଶକ୍ତି ମହିଳା । ସମସ୍ତ ୫-ଟି ସ୍କୁଲ ଓ କସ୍ତୁରବା ଗାନ୍ଧୀ ସ୍କୁଲର ମେଣ୍ଟେନାନସ ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳାମାନେ କରିବେ । ଏସଏଚଜି ମହିଳାଙ୍କୁ ୫ ବର୍ଷରେ ୧୦ ହଜାର କୋଟି ଟଙ୍କାର କାମ ଯୋଗାଇବା ସହ ଗଞ୍ଜାମ ଇଣ୍ଡଷ୍ଟ୍ରିଆଲ ପାର୍କରେ ଶୁଖୁଆ, ଆଚାର ନିର୍ମାଣକୁ ଗୁରୁତ୍ୱ ଦିଆଯିବ ।
ସେହିପରି ଏସଏଚଜି ମହିଳାଙ୍କୁ ଫେସନ୍, ବିୟୁଟି, ଷ୍ଟିଚିଂ, ଡିଜିଟାଲ ଓ ବିଜିନେସ ମ୍ୟାନେଜମଣ୍ଟ ଟ୍ରେନିଂ ଦିଆଯିବ । ଚଳିତ ବର୍ଷ ଏସଏଚଜିର ୨ ଲକ୍ଷ ଇସି ସଦସ୍ୟ ଙ୍କୁ ଇ-ସ୍କୁଟର କ୍ରୟ ପାଇଁ ଋଣ ଯୋଗାଇବେ ରାଜ୍ୟ ସରକାର । ସ୍କୁଟର ଋଣର ସମସ୍ତ ସୁଧ ରାଜ୍ୟ ସରକାର ବହନ କରିବେ ।
ଆବଶ୍ୟକ ପଡିଲେ ଅତିରିକ୍ତ ବଜେଟରେ ପାଣ୍ଠି ବଢାଯିବ । ସେହିପରି ଏସଏଚଜି ମହିଳାଙ୍କ ଋଣ ଟଙ୍କାକୁ ନେଇ ମିଶନ ଶକ୍ତି ସଚିବ ସୁଜାତା ଆର୍ କାର୍ତ୍ତିକେୟନ କହିଛନ୍ତି ଯେ ସ୍ୱୟଂ ସହାୟିକା ଗୋଷ୍ଠୀଙ୍କୁ ଦିଆଯାଉଥିବା ଋଣ ୨ଟି ଲକ୍ଷ୍ୟ ନେଇ ଖର୍ଚ୍ଚ ହେଉଛି । ଗୋଟିଏ ହେଲା ବ୍ୟବସାୟ ଓ ଅନ୍ୟଟି ନିଜସ୍ଵ ଭରଣପୋଷଣ । ଆଗରୁ ନିଜ ଆବଶ୍ୟକତା ପୂରଣ ପାଇଁ ମହାଜନ ପାଖକୁ ଯାଉଥିଲେ, ୬୦ରୁ ୭୦% ସୁଧ ଦେଉଥିଲେ ।
ଏବେ ସ୍ୱୟଂ ସହାୟିକା ଗୋଷ୍ଠୀ ଗ୍ରୁପ ଦ୍ଵାରା ସେମାନେ ଋଣ ପାଇପାରିଛନ୍ତି । ଏହା ସେମାନଙ୍କର ସଶକ୍ତିକରଣ । କୋଭିଡ ସମୟରେ ବିଭିନ୍ନ ଗୋଷ୍ଠୀରୁ ଋଣ ନେଇ ଘର ଚଳାଇଛନ୍ତି । ଫଳରେ ସେମାନେ ଗରିବୀ ଭିତରକୁ ଯିବେ ନାହିଁ । ତେଣୁ ସ୍ୱୟଂ ସହାୟିକା ଗୋଷ୍ଠୀ ପଇସା ସୁଧ ଲଗାଇବାକୁ ଭିନ୍ନ ଦୃଷ୍ଟିକୋଣରେ ଦେଖନ୍ତୁ ନାହିଁ ।

Related Posts

Seo wordpress plugin by www.seowizard.org.