Odisha News

ଓଡ଼ିଶାରେ ପୁଣି ୧୨୬୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ହଜାର ଟପିଲା

ଭୁବନେଶ୍ୱର,୨୩/୭: ଓଡ଼ିଶାରେ ଆଜି ପୁଣି ୧୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ବର୍ତ୍ତମାନ ପର‌୍ୟ୍ୟନ୍ତ ରାଜ୍ୟରେ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୧୦୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୪୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୪୧୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁି ୭ଜଣ, ବାଲେଶ୍ୱର ଜିଲ୍ଲାରୁ ୯ଜଣ, ବରଗଡ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୩୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୪୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୭୪ଜଣ, ଗଞ୍ଜାମ ଜିଲ୍ଲାରୁ ୫୪୦ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୭ଜଣ, ଝାରସୁଗୁଡା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୭ଜଣ, କନ୍ଧମାଳ ଜିଲ୍ଲାରୁ ୨୯ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୭ଜଣ, କୋରାପୁଟ ଜିଲ୍ଲାରୁ ୨୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪ଜଣ , ନୟାଗଡ ଜିଲ୍ଲାରୁ ୬୧ଜଣ, ନୂଆପଡା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡା ଜିଲ୍ଲାରୁ ୮୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୦ଜଣ ରହିଛନ୍ତି ।

Related Posts

Seo wordpress plugin by www.seowizard.org.