Odisha News

ଗଜପତି:ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨୫/୭ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗଡ଼ ସ୍ଥିତ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଓ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ: କୁମାରଙ୍କ ସମେତ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ ପ୍ରମୁଖ ଯୋଗଦେଇ ମିଳିତ ଜନ ଅଭିଯୋଗ ଶୁଣାଣୀ କରିଥିଲେ।
ଏହି ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମହେନ୍ଦ୍ରଗଡ଼ ସମେତ ଶିଆଳିଲଟି , ଛେଳିଗଡ଼ ଓ ଛେଳାଗଡ଼ ଗ୍ରାମ ପଞ୍ଚାୟତର ମୋଟ ୧୩୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା।
ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା ୫୪ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା ୮୧ ଗୋଟି ଆସିଥିଲା । ଆସିଥିବା ଉଭୟ ବ୍ୟକ୍ତିଗତ ଓ ଗ୍ରାମଭିତ୍ତିକ ମୋଟ ୧୩୫ ଗୋଟି ଅଭିଯୋଗ ସମସ୍ୟା ମଧ୍ୟରୁ ୪ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା ଏବଂ ଚାରି ଜଣଙ୍କୁ ମୁଖ୍ୟ ମନ୍ତ୍ରୀ ରିଲିଫ୍ ପାଣ୍ଠିରୁ କୋଡ଼ିଏ ହଜାର ଟଙ୍କା ଲେଖାଏଁ ର ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି ।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ଜଳ ସେଚନ , ଗୃହ ନିର୍ମାଣ , ରାସନ୍ କାର୍ଡ , ମନରେଗା , ଶିକ୍ଷା , ମୋ ଘର ଯୋଜନା , ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ସେଥି ମଧ୍ୟରୁ ଚାରି ଗୋଟି ପଞ୍ଚ୍ୟାୟତ ୩୦ ଜଣ ହିତଧିକାରୀଙ୍କୁ ଜଙ୍ଗଳ ଜମି ପଟ୍ଟା ବଣ୍ଟନ କରା ଯାଇଥିଲା।
ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ତରଫରୁ ୧୪ ଜଣଙ୍କୁ ପେନସନ ପ୍ରଦାନ କରାଯାଇଛି।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ମୋହନା ବିଧାୟକ ଶ୍ରୀଯୁକ୍ତ ଦାଶରଥି ଗମାଙ୍ଗ , ଆର.ଉଦୟଗିରୀ ବ୍ଲକ ଅଧ୍ୟକ୍ଷ ଶ୍ରୀଯୁକ୍ତ ଲକ୍ଷ୍ମୀ ନାରାୟଣ ଶବର , ସ୍ଥାନୀୟ ସରପଞ୍ଚ ଶ୍ରୀମତୀ କୁମୁଦିନୀ ଗମାଙ୍ଗ , ଆର.ଉଦୟଗିରୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରିମେନ ଖାର୍ସେଲ , ତହସିଲଦାର , ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଗଣଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।

Related Posts

Seo wordpress plugin by www.seowizard.org.