Odisha News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି, ୯/୧୦ : ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନି ମାଝୀ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ଶଙ୍କର କେରକେଟା ଏହି ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଉପସ୍ଥିତ ଥିଲେ ।
ଏହି ଶୁଣାଣୀ କାର୍ଯ୍ୟକ୍ରମରେ ଡ଼ାବରାଗୁଡା ଗ୍ରାମ ପଞ୍ଚାୟତ ସମେତ ଛେଲାଗଡ , ମହେନ୍ଦ୍ରଗଡ ଓ ଛେଳିଗଡ଼ ପଞ୍ଚାୟତର ମୋଟ- ୫୪ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା।
ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୦୮ ଗୋଟି ଏବଂ ଗ୍ରାମ ଭିତ୍ତିକ ଅଭିଯୋଗ ସମସ୍ୟା- ୪୬ ଗୋଟି ଅଭିଯୋଗ ଆସିଥିଲା । ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀ ଙ୍କୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମାଝୀ ନିର୍ଦ୍ଦେଶ ଦେଇଥିଲେ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରଫରୁ ଜଣକୁ ହ୍ୱିଲଚେୟାର ବଣ୍ଟନ କରା ଯାଇଥିଲା।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା , ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ସ୍ଵାସ୍ଥ୍ୟ ଓ ରାସ୍ତା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ଜନ ଅଭିଯୋଗ ଶୁଣାଣୀ ସମୟରେ ଆର.ଉଦୟଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଲାରୀମନ ଖର୍ସେଲ , ତହସିଲଦାର , ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ , ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ଅଧିକାରୀ ଶ୍ରୀ ସନ୍ତୋଷ କୁମାର ନାୟକ ଓ ସ୍ଥାନୀୟ ସରପଞ୍ଚ ଓ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ସମୟରେ ରେ ଉପସ୍ଥିତ ଥିଲେ।

Related Posts