Odisha News

ଗଜପତି: ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨୪/୪: ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ସିକୁଳିପଦର ଗ୍ରାମ ପଞ୍ଚାୟତର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡା , ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀ ବାମଦେବ ସିଂ , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ- ଜିଲ୍ଲା ପରିଷଦ ଶ୍ରୀ ରୋମାଞ୍ଚଳ ଖମାରୀ , ପିଏ:- ଆଇଟିଡିଏ: ଶ୍ରୀ ଫାଲଗୁନି ମାଝୀ ପ୍ରମୁଖ ଏହି ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ସିକୁଲିପଦର ଗ୍ରାମ ପଞ୍ଚାୟତ ସମେତ ଚାନ୍ଦୀପୁଟ , ମେରାପଲ୍ଲୀ ଓ ପିଣ୍ଡିକି ଗ୍ରାମ ପଞ୍ଚାୟତର ସମୁଦାୟ ୧୧୯ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରା ଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୪ ଗୋଟି ଏବଂ ଗ୍ରାମ ଭିତ୍ତିକ ସମସ୍ୟା- ୮୫ ଗୋଟି ରହିଥିବା ବେଳେ ଉଭୟ ସମସ୍ୟା ମଧ୍ୟରୁ ମୋଟ ୧୬ ଗୋଟି ଅଭିଯୋଗକୁ ତୁରନ୍ତ ଫୈସଲା କରାଯାଇ ସମାଧାନ କରା ଯାଇଥିଲା ।
ଅନ୍ୟପକ୍ଷରେ , ୪ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୨୩୦୦୦/- ଟଙ୍କା ସହାୟତା ରାଶି ପ୍ରଦାନ କରା ଯାଇଥିଲା । ସେହିପରି ୨୩ ଜଣଙ୍କୁ ମଧୁବାବୁ ପେନସନ ଯୋଜନାରେ ସାମିଲ କରା ଯାଇଥିବା ବେଳେ ୪ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କୁ ହ୍ୟୁଇଲ ଚେୟାର ପ୍ରଦାନ କରା ଯାଇଥିଲା।
ଆଜିର ଏହି ଅଭିଯୋଗ ଶୁଣାଣି ଶିବିର କାର୍ଯ୍ୟକ୍ରମରେ ସାମାଜିକ ସୁରକ୍ଷା , ଜମି ପଟ୍ଟା , ମନରେଗା , ଗୃହ ନିର୍ମାଣ , ରାସନ୍ କାର୍ଡ , ଶିକ୍ଷା , ଜଳ ସେଚନ , ଓ ରାସ୍ତା ପ୍ରଭୃତି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଆଜିର ମିଳିତ ଜନ ଅଭିଯୋଗ ଶୁଣାଣିରେ ଆବେଦନର ତୁରନ୍ତ ଫଇସଲା କରିବା ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିବା ବେଳେ ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରାଯିବ ବୋଲି ଜିଲ୍ଲାପାଳ ଶ୍ରୀ ପଣ୍ଡା କହିଛନ୍ତି ।
ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମରେ ମୋହନା ବ୍ଲକ୍ ଅଧକ୍ଷ ଶ୍ରୀ ରାଜୀବ ଶବର , ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁଶ୍ରୀ ତପସ୍ଵିନୀ ହାଂସଦା , ତହସିଲଦାର ଜନ ଅଭିଯୋଗ ଶୁଣାଣି ନୋଡାଲ ଅଧିକାରୀ\’ଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣଙ୍କ ଓ ସ୍ଥାନୀୟ ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ ।

Related Posts

Seo wordpress plugin by www.seowizard.org.