Odisha News

ଗଜପତି : ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ନିରାକରଣ ସଂପର୍କିତ ସଚେତନତା ସଭା କାର୍ଯ୍ୟକ୍ରମ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨୭/୬: ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ଶିଶୁ ଶ୍ରମିକ ଉଚ୍ଛେଦ ଓ କିଶୋର ଶ୍ରମିକ ନିରାକରଣ ସଂପର୍କିତ ସଚେତନତା ସଭା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଗଜପତି ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ଲୋକନାଥ ପଣ୍ଡାଙ୍କ ସଭାପତିତ୍ବରେ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଜିଲ୍ଲା ଶିଶୁ କଲ୍ୟାଣ କମିଟି ଅଧକ୍ଷ ଶ୍ରୀ ଅଶ୍ୱନି କୁମାର ମହାପାତ୍ର , ଡିଏସପି – ଡିଆଇବି ଶ୍ରୀ ଶ୍ରୀନିବାସ ଆଚାର୍ଯ୍ୟ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରିପାଠୀ ପ୍ରମୁଖ ମଞ୍ଚାସିନ ଅତିଥି ଭାବେ ଯୋଗ ଦେଇଥିଲେ।
ଗଜପତି ଜିଲ୍ଲାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଚାଇଲ୍ଡ ଲାଇନ, ଶିଶୁ ମଙ୍ଗଳ କମିଟି ଓ ସ୍ଥାନୀୟ ପୋଲିସକୁ ନେଇ କମିଟି ଗଠନ କରାଯାଇଛି ।ଏହି କମିଟି ଦ୍ବାରା ଶିଶୁ ଶ୍ରମିକମାନଙ୍କୁ ଉଦ୍ଧାର କରାଯାଉଥିବା ଜିଲ୍ଲା ଶ୍ରମ ଅଧିକାରୀ ଶ୍ରୀ ପଣ୍ଡା ସୂଚନା ଦେଇଥିଲେ ।
୧୪ ବର୍ଷରୁ କମ ବୟସର ଶିଶୁଙ୍କୁ କୌଣସି କାମରେ ନିୟୋଜିତ କରିବା ଦଣ୍ଡନୀୟ ଅପରାଧ ଏବଂ ୧୫ ରୁ ୧୮ ବର୍ଷ ବୟସ ମଧ୍ୟରେ କିଶୋରଙ୍କୁ ବିପଦ-ସଙ୍କୁଳ କାମରେ ନିୟୋଜନକୁ ବାରଣ କରାଯାଇଛି । ଏହିପରି କାମ କରାଉଥିବା ବ୍ୟକ୍ତିଙ୍କୁ ୫୦ ହଜାର ଟଙ୍କା ପର୍ଯ୍ୟନ୍ତ ଜୋରିମାନା ଦେବାକୁ ପଡ଼ିବ। କେବଳ ଜୋରିମାନା ନୁହେଁ, ଶିଶୁଙ୍କୁ କୌଣସି କାର୍ଯ୍ୟରେ ଓ କିଶୋରଙ୍କୁ (ବୃତ୍ତି ପ୍ରକ୍ରିୟା) ନୀୟୋଜନ କରୁଥିଲେ ,୨ ବର୍ଷ ଯାଏଁ କାରାଦଣ୍ଡରେ ଦଣ୍ଡିତ କରାଯିବାର ବ୍ୟବସ୍ଥା ରହିଛି।
ଏଥିସହ ଉଭୟ ଜେଲଦଣ୍ଡ ଓ ଜୋରିମାନା ହୋଇପାରେ। ସେହିପରି ଦ୍ଵିତୀୟଥର ଭୁଲ ହେଲେ ୩ ବର୍ଷ ଯାଏଁ କାରାଦଣ୍ଡ ହୋଇପାରିବ। ୧୪ ବର୍ଷରୁ କମ ବୟସର ଶିଶୁଙ୍କୁ କୌଣସି କାର୍ଯ୍ୟରେ ନିୟୋଜନ କରିବା ଏବଂ ୧୫ ବର୍ଷରୁ ୧୮ ବର୍ଷ ମଧ୍ୟରେ କିଶୋରଙ୍କୁ ବିପଦ-ସଙ୍କୁଳ କାର୍ଯ୍ୟରେ ନୀୟୋଜନ କରିବା ଏକ ଧର୍ତ୍ତବ୍ୟ ଅପରାଧ ଅଟେ।
୧୪ ବର୍ଷରୁ କମ୍ ବୟସର ପିଲାଙ୍କୁ କାମରେ ନିୟୋଜିତ କରିଛନ୍ତି କିମ୍ଵା ୧୫ ବର୍ଷରୁ ୧୮ ବର୍ଷ ମଧ୍ୟରେ ଲିଶୋରଙ୍କୁ ବିପଦ ସଙ୍କୁଳ ବୃତ୍ତି ବା ପ୍ରକ୍ରିୟାରେ ନିୟୋଜନ କରିଛନ୍ତି ତେବେ ଅବିଳମ୍ବେ ଜିଲ୍ଲାର ଶ୍ରମ ଅଧିକାରୀ , ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ କିମ୍ବା ଜିଲ୍ଲାପାଳଙ୍କୁ ଅବଗତ କରାନ୍ତୁ କିମ୍ଵା ଶ୍ରମିକ ସହାୟତା ହେଲପ-ଲାଇନ୍ ନମ୍ବର ୧୫୫୩୬୮ଏବଂ ଚାଇଲ୍ଡ ଲାଇନ ନମ୍ବର ୧୦୯୮କୁ ଯୋଗାଯୋଗ କରିବାକୁ କୁହାଯାଇଛି ।
ଆଜିର ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଶ୍ରମ ଅଧିକାରୀ ଶ୍ରୀ ସୋମନାଥ ପାତ୍ରଙ୍କ ସମେତ ଚାଇଲଡ ଲାଇନର ସମସ୍ତ ସଦସ୍ୟ , ସଦସ୍ୟା ଓ ବିଭିନ୍ନ ବିଭାଗର ଅଧିକାରୀ ଗଣ ଯୋଗ ଦେଇଥିଲେ।

Related Posts

Seo wordpress plugin by www.seowizard.org.