Odisha News

ଗଜପତି: ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ -୨୦୨୪ ଅବସରରେ ଜିଲ୍ଲାସ୍ତରୀୟ ସଚେତନତା ୱାକାଥନ ଏବଂ ପଥ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଣେଶ କୁମାର ରାଜୁଙ୍କ ରିପୋର୍ଟ
ଗଜପତି,୨୯/୧୦: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଠାରେ ଆଜି ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ଆଗାମୀ ଦିନରେ ଅନୁଷ୍ଠିତ ହେବାକୁ ଥିବା ସାଧାରଣ ନିର୍ବାଚନକୁ ଦୃଷ୍ଟି ରେ ରଖି ସ୍ବତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ -୨୦୨୪ ଅବସରରେ ଜିଲ୍ଲାସ୍ତରୀୟ ଏକ ସଚେତନତା ୱାକାଥନ ଏବଂ ପଥ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି ଅବସରରେ ସ୍ଥାନୀୟ ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ଛକ ଠାରୁ ଏକ ସଚେତନତା ୱାକାଥନ ଏବଂ ପଥ ଉତ୍ସବରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଏନସିସି କେଡେଟ ମାନେ ଏକ ସଚେତନତା ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଠାରେ ପହଞ୍ଚିଥିଲେ ।
ଏହି ଜିଲ୍ଲାସ୍ତରୀୟ ୱାକାଥନ ଏବଂ ପଥ ଉତ୍ସବ\’ର ସଚେତନତା ଶୋଭାଯାତ୍ରାକୁ ନିର୍ବାଚନ ଅଧିକାରୀ ତଥା ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ଶୁଭାରମ୍ଭ କରିଥିଲେ ।
ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଏହି ଅବସରରେ ଉପସ୍ଥିତ ଥିବା ସମସ୍ତଙ୍କୁ ଯୋଗ୍ୟତା ଥିବା ଭୋଟର ମାନଙ୍କୁ ନିର୍ବାଚନ ସଂକ୍ରାନ୍ତରେ ସଚେତନ କରାଇବା ଏବଂ ସେମାନେ ଭୋଟର ତାଲିକାରେ ନିଜ ନାମ ପଞ୍ଜିକରଣ କରାଇ ଆଗାମୀ ନିର୍ବାଚନ ବେଳେ ଯେଭଳି ସେମାନେ , ସେମାନଙ୍କ ଭୋଟ ଦେବେ ଏହା ହିଁ ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ। ଅନ୍ୟପକ୍ଷରେ , ଏଭଳି ଶୋଭାଯାତ୍ରା ମାଧ୍ୟମରେ ଆମେ ସମସ୍ତଙ୍କୁ ସଚେତନ କରାଉଛୁ ଯେ , ସମସ୍ତେ ସେମାନଙ୍କ ଭୋଟ ଦେଇ ନିଜର ମତ ସାବ୍ୟସ୍ତ କରନ୍ତୁ । ଆଉ ନୂଆ ଭୋଟର , ଯେଉଁ ମାନେକି ୧୮ ବର୍ଷ ବୟସ ହେଲାଣି , ସେମାନେ ନିଜ ନାମ ଏନରୋଲ କରି ନିର୍ବାଚନ ବେଳେ ଭୋଟ ଦେଇ ଦେଶ ଗଠନ\’ରେ ସହାୟକ ହେବାକୁ ସଚେତନ କରାଇବା ଏହି କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ବୋଲି ଜିଲ୍ଲାପାଳ ଶ୍ରୀ ପ୍ରଧାନ କହିଥିଲେ ।
ଏହି କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ଯୋଗଦେଇ କାର୍ଯ୍ୟକ୍ରମ ପାଳନର ଆଭିମୁଖ୍ୟ ସମ୍ପର୍କରେ ଉପସ୍ଥିତ ସମସ୍ତଙ୍କୁ ଅବଗତ କରାଇଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଏହି କାର୍ଯ୍ୟକ୍ରମରେ ପାରଳାଖେମୁଣ୍ଡି ତହସିଲଦାର ଶ୍ରୀ ନାରାୟଣ ବେହେରା , ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟର ସହକାରୀ ଜିଲ୍ଲାପାଳ ଶ୍ରୀ ଶିବାଂଶୁ ଶେଖର ଜେନା ଏବଂ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ପ୍ରଦୀପ୍ତ କୁମାର ଗୁରୁମାୟୀ ପ୍ରମୁଖ ଉପସ୍ଥିତ ଥିବା ବେଳେ ଙ୍କ ସମେତ ଗଜପତି ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀ ମାନେ ବିଭିନ୍ନ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ ।

Related Posts

Seo wordpress plugin by www.seowizard.org.