Top Stories

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୬ ଜଣ ପଜିଟିଭ ଚିହ୍ନଟ , ସମ୍ବଲପୁରରୁ ସର୍ବାଧିକ ୧୭୯ ଜଣ

ଭୁବନେଶ୍ୱର, ୧୭/୨: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଅନେକ ଦିନ ପରେ କରୋନା ଆକ୍ରାନ୍ତ ମାମଲାରେ ଖୋର୍ଦ୍ଧା ଦ୍ଵିତୀୟ ସ୍ଥାନକୁ ଖସିଛି
ଏମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ମଧ୍ୟରେ ୧୬୯ ଜଣ ଥିବାବେଳେ ସଙ୍ଗରୋଧରୁ ୫୧୬ ଜଣ ଓ ସ୍ଥାନୀୟ ସଂକ୍ରମଣରୁ ୩୭୦ ଜଣ ଚିହ୍ନଟ ହୋଇଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁରରୁ ସର୍ବାଧିକ ୧୭୯ ଜଣ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୮୬, କୋରାପୁଟରୁ ୬୬, କଟକରୁ ୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସୂଚନା ମୁତାବକ ଏହି ଆକ୍ରାନ୍ତ ସଂଖ୍ୟାକୁ ମିଶାଇ ମୋଟ ପଜିଟିଭଙ୍କ ସଂଖ୍ୟା ୧୨ ଲକ୍ଷ ୮୦ ହଜାର ୭୮୪ରେ ପହଞ୍ଚିଥିବାବେଳେ ୧୨ ଲକ୍ଷ ୬୩ ହଜାର ୧୦୬ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ରାଜ୍ୟରେ ୮୬୬୪ଟି ସକ୍ରିୟ ମାମଲା ଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଜଣଙ୍କର କରୋନା ଯୋଗୁଁ ମୃତ୍ୟୁ ହୋଇଛି ।

Related Posts

Seo wordpress plugin by www.seowizard.org.