Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ, ୧୮ ବର୍ଷରୁ କମ୍ ବୟସର ୯ ଜଣ

ଭୁବନେଶ୍ୱର, ୧୮/୩ : ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୦୩୬ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯ ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୦୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୧୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୭୧୫୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୧୦୬୩୬୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.