Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ,୧୮ ବର୍ଷରୁ କମ୍ ବୟସର ୨ଜଣ ଆକ୍ରାନ୍ତ

ଭୁବନେଶ୍ୱର ୧୨/୪ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୮୬୦ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ଜଣ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୮୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୫୪୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୦୯୪୭୩୪୪ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.