Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୧୮/୪ : ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୩୫ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୩୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୦୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୬୫୨ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୦୫୬୬୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.