Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ : ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୯୮ଜଣଙ୍କୁ ବୃଦ୍ଧି

ଭୁବନେଶ୍ୱର, ୨୫/୪ : ସୋମବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୭୯୯୮ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍ରୁ ଓ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୭୯୯୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୮୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୩୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୨୦୦୦୧୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.