Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୨୯/୪ : ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୩୪ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୭୭୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୨୭୭୦୯୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.