Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ଜଣ

ଭୁବନେଶ୍ୱର ୩/୫ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୦୭୫ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୦୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୦୬ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୪୬୫୭୯ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.