Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ,ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୧୦୩ ଜଣକୁ ବୃଦ୍ଧି

ଭୁବନେଶ୍ୱର, ୫/୫ : ଗୁରୁବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୧୦୩ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୭ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୧୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୯୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୨୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୩୮୦୧୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି

Related Posts

Seo wordpress plugin by www.seowizard.org.