Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ , ୦ରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ

ଭୁବନେଶ୍ୱର ,୮/୫ : ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୦୨ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୪ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।ସେହିପରି ୦ରୁ ୧୮ ବର୍ଷ ମଧ୍ୟରେ ଜଣେ ସଂକ୍ରମିତ ଅଛନ୍ତି । ସେହିପରି ୧୮ ବର୍ଷ କମ୍ ବୟସ ମଧ୍ୟରେ ୬୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୬୪ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୦୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୬୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୮୬୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୪୨୫୩୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.