Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ , ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ୧୩ ଜଣ

ଭୁବନେଶ୍ୱର, ୧୪/୫ : ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୨୯୦ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ୧୮ ବର୍ଷରୁ କମ୍ ବୟସ ମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୨୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୩୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୮୯୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୧୫୬୩୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.