Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୧୭/୫ : ମଙ୍ଗଳବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୩୧୪ ଜଣକୁ ବୃଦ୍ଧି ପାଇଛି ।
ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ଜଣେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ କଟକ ଜିଲ୍ଲାରୁ ଜଣେ ରହିଥିବା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୩୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୧୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୦୧୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୫୫୫୦୪୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.