Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର ୧୨/୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ରବିବାର ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ଜଣେ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୬୩୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ଷ୍ଟେଟ ପୁଲ୍ରୁ ୨ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୬୩୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ଏଥି ମଧ୍ୟରୁ ୧୫୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୩୦୭ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୮୭୩୪୭୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.