Odisha News

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ , ୧୮ ବର୍ଷ ବୟସ ମଧ୍ୟରେ ୫ଜଣ ସଂକ୍ରମିତ

ଭୁବନେଶ୍ୱର ୨୧/୬ : ରାଜ୍ୟରେ ଉପର ତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୫ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୮୯୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩୨ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ, ଷ୍ଟେଟ ପୁଲ୍ରୁ ୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୮୯୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୯୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୯୪୭୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୧୯୭୦୧୬୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

Related Posts

Seo wordpress plugin by www.seowizard.org.