Odisha News

ଗଭୀର ଅବପାତରେ ରୂପ ନେଲା ଲଘୁଚାପ, ଉତ୍ତର ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୧୫/୯ : ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଛି । ଯାହାର ପ୍ରଭାବରେ ଆସନ୍ତାକାଲିଠୁ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ଏହି ଲଘୁଚାପଟି ବାଂଲାଦେଶ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିଲା । ଏହି ଲଘୁଚାପ ଉତ୍ତର ପଶ୍ଚିମ ଦେଇ ଗତି କରୁଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ତିନି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୧୬ ତାରିଖରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୧୬ ତାରିଖ ପର‌୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ମଧ୍ୟ ରାଜ୍ୟରେ ସତର୍କ ସୂଚନା ଜାରି କରାଯାଇଛି ।

Related Posts

Seo wordpress plugin by www.seowizard.org.