Odisha News

ଗେଷ୍ଟ ହାଉସରୁ ମିଳିଲା ଶିଳ୍ପପତିଙ୍କ ଗଳିତ ମୃତଦେହ

ଭୁବନେଶ୍ୱର,୧୯/୪: ଭୁବନେଶ୍ୱର ମୈତ୍ରୀ ବିହାର ଥାନା ଅଞ୍ଚଳର ଶାନ୍ତି ଗେଷ୍ଟ ହାଉସରୁ ସନ୍ଦେହଜନକ ଅବସ୍ଥାରେ ଜଣେ ବ୍ୟବସାୟୀଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ। ସେ ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ହୋଇଥିବା ଜଣାପଡ଼ିଛି। ଘର ଫୁଲବାଣୀ ସଦର ଥାନା ଲେଙ୍ଗର ସାହି ଅଞ୍ଚଳରେ।
ସେ ମଙ୍ଗଳବାର ଦିନ କର୍ପୋରେଟ୍ ମିଟିଂ ପାଇଁ ଭୁବନେଶ୍ବର ଆସିଥିବା ବେଳେ ତାଙ୍କର ଗଳିତ ମୃତଦେହ ଉଦ୍ଧାର ଉଦ୍ଧାର କରାଯାଇଛି।
ଗତକାଲି ଅପରାହ୍ନରେ ମୈତ୍ରୀ ବିହାର ଥାନା ଗଜପତି ନଗରରେ ଥିବା ଶାନ୍ତି ଗେଷ୍ଟ ହାଉସରୁ ଶିଳ୍ପପତି ତପନ ପ୍ରସାଦଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପୁଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି। ତେବେ ତପନ ପ୍ରସାଦ ଆଚାର‌୍ୟ୍ୟ ସବୁ ମାସ ପରି ଭୁବନେଶ୍ୱର ଆସିଥିଲେ ଏକ କର୍ପୋରେଟ ମିଟିଂ ପାଇଁ। ମଙ୍ଗଳବାର ଶାନ୍ତି ଗେଷ୍ଟ ହାଉସରେ ଚେକ୍ ଇନ୍ କରି ୨୦୨ ନମ୍ବର ରୁମରେ ରହୁଥିଲେ। ଗତକାଲି ତାଙ୍କ ମୃତଦେହ ମିଳିଥିବା ନେଇ ପୁଲିସ ପରିବାର ଲୋକଙ୍କୁ ଖବର ଦେଇଥିଲା। ତେବେ କେମିତି ଶିଳ୍ପପତିଙ୍କ ମୃତ୍ୟୁ ହେଲା, ଏହା ହତ୍ୟା ନା ଆଉ କିଛି କାରଣ ରହିଛି ସେନେଇ କିଛି ସ୍ପଷ୍ଟ ହୋଇନାହିଁ।

Related Posts

Seo wordpress plugin by www.seowizard.org.