Odisha News

ଘରେ ତାଲା ପକାଇ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ

ଭଦ୍ରକ,୧୪/୪ : ଘରେ ତାଲା ପକାଇ ନିଆଁ ଲଗାଇଦେଲେ ଦୃବୁର୍ତ୍ତ । ନିଆଁ ଦାଉରୁ ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ।
କିନ୍ତୁ ଅଗ୍ନିକାଣ୍ଡରେ ୫ ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ପୋଡି ପାଉଁଶ ହୋଇଯାଇଛି । ପୂର୍ବ ଶତ୍ରୁତା କେନ୍ଦ୍ର କରି ଆକ୍ରୋଶମୂଳକ ଭାବେ ଦୃବୁର୍ତ୍ତ ମାନେ ଏଭଳି କାଣ୍ଡ ଭିଆଇ ଥିବା ଅଭିଯୋଗ ହୋଇଛି।
ଖବର ଅନୁଯାୟୀ, ଭଦ୍ରକ ସହରାଞ୍ଚଳ ଅନ୍ତର୍ଗତ ଗବସାହି ଅଞ୍ଚଳର ସୁଦର୍ଶନ ଦାସ ନିଜ ୬ ଜଣ ପରିବାର ସହ ଘର ଭିତରେ ଶୋଇଥିଲେ ।
ବୁଧବାର ବିଳମ୍ବିତ ରାତିରେ ହଠାତ୍ ଘର ଗୁଡିକ ହୁତୁ ହୁତୁ ହୋଇ ଜଳିବାକୁ ଲାଗିଥିଲା । ସୁଦର୍ଶନଙ୍କ ପରିବାର ଲୋକ ନିଆଁ ଦାଉରୁ ରକ୍ଷା ପାଇବା ପାଇଁ ଜୀବନ ବିକଳରେ ବାହାରକୁ ଦୌଡ଼ିବାକୁ ଲାଗିଥିଲେ ।
ତେବେ ଘର କବାଟ ବାହାର ପଟରୁ ତାଲା ଦିଆଯାଇଥିବାରୁ, ଆଉ ବାହାରି ନପାରି ପଛପଟ ଝରକାକୁ ଭାଙ୍ଗି ସମସ୍ତ ପରିବାର ସୁରକ୍ଷିତ ଅବସ୍ଥାରେ ବାହାରିଥିଲେ ।
କିନ୍ତୁ ଅଗ୍ନିକାଣ୍ଡରେ ଘରେ ଗଛିତ ଥିବା ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଆଉ ଆସବାବପତ୍ର ଜଳି ପୋଡି ଛାରଖାର ହୋଇଯାଇଛି ।
ପୂର୍ବଶତ୍ରୁତାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି ସୁଦର୍ଶନଙ୍କ ପରିବାର ଲୋକ । ଏନେଇ ଭଦ୍ରକ ସହରାଞ୍ଚଳ ଥାନାରେ ଅଭିଯୋଗ ପରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି । ସେପଟେ ଘରେ ନିଆଁ ଲଗାଇବା ଘଟଣାରେ ୨ଜଣଙ୍କୁ ଅଟକ ରଖିଛି ଟାଉନ୍ ଥାନା ପୋଲିସ ।

Related Posts

Seo wordpress plugin by www.seowizard.org.