Odisha News

ନୟାଗଡ : ଧନ୍ଦାମୂଳକ ଶିକ୍ଷାର୍ଥୀଙ୍କ ଶିଳ୍ପ ପରିଭ୍ରମଣ

ବିଶ୍ୱଭୂଷଣ ମହାପାତ୍ର/ମମତା ମହାପାତ୍ରଙ୍କ ରିପୋର୍ଟ
ନୟାଗଡ଼,୨୨/୧୧ : ନୟାଗଡ ଜିଲ୍ଲା ଓଡ଼ଗାଁ ବ୍ଲକ ଅନ୍ତର୍ଗତ ଶରଣ କୁଳ ସ୍ଥିତ ନାରାୟଣ ସରକାରୀ ଉଚ୍ଚ ବିଦ୍ୟାଳୟ ରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗର ସମଗ୍ର ଶିକ୍ଷା ଯୋଜନା ଅଧୀନରେ ଚାଲୁଥିବା ଧନ୍ଦାମୂଳକ ଶିକ୍ଷା ଛାତ୍ରୀ ଛାତ୍ର ଙ୍କ ଦ୍ବାରା ଶିଳ୍ପାନୁଷ୍ଠାନ ପରିଭ୍ରମଣ ଶିକ୍ଷା ଅନୁଷ୍ଠିତ ହୋଇଛି।
ଏହି ପରିଭ୍ରମଣ ରେ ନାରାୟଣ ଉଚ୍ଚ ବିଦ୍ୟାଳୟ ର ନବନ ଓ ଦଶମ ଶ୍ରେଣୀର ୭୦ ଶିକ୍ଷାର୍ଥୀ ଏବଂ( ସ୍ପୋକ ସ୍କୁଲ)ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଶରଣ କୁଳ ର ୧୧ଜଣ ଶିକ୍ଷାର୍ଥୀ ସାମିଲ ହୋଇଛନ୍ତି।ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ କାଞ୍ଚନ ଷଡ଼ଙ୍ଗୀ ଙ୍କ ତତ୍ୱାବଧାନ ରେ ଦୁଇଟି ବିଦ୍ୟାଳୟ ର ଛାତ୍ରୀ ଛାତ୍ର ମାନେ ଓଡ଼ଗାଁ ସ୍ଥିତ ଅମନ ଟେକ୍ସଟାଇଲ କୁ ପରିଭ୍ରମଣ କରିଥିଲେ।ପ୍ରତିଷ୍ଠାତା ଶ୍ରୀମତୀ ମିନତୀ ସାହୁ ଏବଂ ନାରାୟଣ ଉଚ୍ଚ ବିଦ୍ୟାଳୟ ର ପରିଧାନ ବିଭାଗ ର ପ୍ରଶିକ୍ଷିକା ଶ୍ରୀମତୀ ରୋଜାଲିନ ମିଶ୍ର ଙ୍କ ସହାୟତା ରେ ବିଭିନ୍ନ ପ୍ରକାର ସିଲେଇ ମେସିନ ର ପରିଚାଳନା ଏବଂ ଟେକ୍ସଟାଇଲ ଇଣ୍ଡଷ୍ଟ୍ରି ରେ କିପରି ସୁଚାରୁ ରୁପେ କାର୍ଯ୍ୟ ସମ୍ପାଦନ କରାଯିବ ସେ ବିଷୟରେ ଶିକ୍ଷାର୍ଥୀ ଙ୍କୁ ଶିକ୍ଷା ଦେଇଥିଲେ।
ଏହି ପରିଭ୍ରମଣ ରେ ବିଦ୍ୟାଳୟ ର ବରିଷ୍ଠ ଶିକ୍ଷକ ଶ୍ରୀ ରଶ୍ମିରଞ୍ଜନ ମିଶ୍ର ,ଗୌରାଙ୍ଗ ସାହୁ ସମେତ ବାଳିକା ଉଚ୍ଚ ବିଦ୍ୟାଳୟ ର ଶିକ୍ଷୟିତ୍ରୀ ଶ୍ରୀମତୀ ଚିନ୍ମୟୀ ସାହୁ ସହଯୋଗ କରିଥିଲେ।ବାଳିକା ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଶ୍ରୀ ପ୍ରଭାକର ସାହୁ ଧନ୍ଦାମୂଳକ ଶିକ୍ଷା ରେ ଶିଳ୍ପାନୁଷ୍ଠାନ ପରିଭ୍ରମଣ ର ଯଥେଷ୍ଟ ଆବଶ୍ୟକତା ରହିଛି ବୋଲି ମତ ରଖିଥିଲା ବେଳେ ଧନ୍ଦାମୂଳକ ଶିକ୍ଷା ର ଭାରପ୍ରାପ୍ତ ଅଧିକାରିଣୀ ଶ୍ରୀମତୀ ପ୍ରଜ୍ଞ। ପରାମିତ ସାହୁ ଏବଂ ବରିଷ୍ଠ ଶିକ୍ଷକ ଶ୍ରୀ ଜନାର୍ଦ୍ଦନ ପରିଡା ଶିକ୍ଷା କ୍ଷେତ୍ରରେ ଧନ୍ଦାମୂଳକ ଶିକ୍ଷା ର ଉପାଦେୟତା ବିଷୟରେ ମତ ପ୍ରକାଶ କରିଛନ୍ତି ।ଶିକ୍ଷାର୍ଥୀ ଙ୍କ ଶିଳ୍ପାନୁଷ୍ଠାନ ପରିଭ୍ରମଣ ଏହି ଶିକ୍ଷା ରେ ବିଶେଷ ଲାଭପ୍ରଦ ହେବ ବୋଲି ଶିକ୍ଷୟତ୍ରୀ ,ଶିକ୍ଷକ ଏବଂ ଅଭିଭାବକ ମାନେ ମତ ଦେଇଛନ୍ତି।

Related Posts

Seo wordpress plugin by www.seowizard.org.