Odisha News

ପତ୍ନୀଙ୍କ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର

ପୁରୀ ୧୬/୧୨ : ପୁରୀ ଗସ୍ତରେ ନୀତି ଆୟୋଗ ଉପାଧ୍ୟକ୍ଷ । ପତ୍ନୀଙ୍କ ସହ ଯାଇ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କଲେ ନୀତି ଆୟୋଗ ଉପାଧ୍ୟକ୍ଷ ରାଜୀବ କୁମାର । ଗସ୍ତକୁ ଦୃଷ୍ଟିରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।
ଖବର ଅନୁଯାୟୀ, ତିନିଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ନୀତି ଆୟୋଗ ଉପାଧ୍ୟକ୍ଷ । ଏହି ଗସ୍ତ ଅବସରରେ ଗୁରୁବାର ଦିନ ସକାଳ ସମୟରେ ସେ ପୁରୀ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଦର୍ଶନ କରିଛନ୍ତି । ତାଙ୍କ ସହିତ ପତ୍ନୀ ମଧ୍ୟ ରହିଥିଲେ ।
ତେବେ ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ଏହି ଗସ୍ତ ଅବସରରେ , ତାଙ୍କ ସହିତ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ରହିଛନ୍ତି । ସେପଟେ ନୀତି ଆୟୋଗ ଉପାଧ୍ୟକ୍ଷଙ୍କ ଗସ୍ତକୁ ଦୃଷ୍ଟିରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।

Related Posts

Seo wordpress plugin by www.seowizard.org.