Odisha News Ollywood News

ପରପାରିରେ ବିଶିଷ୍ଠ ଅଭିନେତା-ନିର୍ଦ୍ଦେଶକ ସଚ୍ଚି ଦାସ

ଯାଜପୁର, ୧୮/୪ : ଓଡ଼ିଆ ଚଳଚ୍ଚିତ୍ର, ଧାରାବାହିକ ଜଗତର ପ୍ରଖ୍ୟାତ ଅଭିନେତା ଓ ଯାତ୍ରା ଜଗତର କିମ୍ବଦନ୍ତୀ ନିର୍ଦ୍ଦେଶକ ଡ଼ଃ ସଚ୍ଚି ଦାସଙ୍କର ପୂର୍ବାହ୍ନ ପ୍ରାୟ ସାଢ଼େ ୯ଟା ରେ ଚିକିତ୍ସିତ ହେଉଥିବା ଅବସ୍ଥାରେ ଦେହାନ୍ତ ହୋଇ ଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୧ ବର୍ଷ ବୟସ ହୋଇଥିଲା ।
ଏହି ଖବର ଜଣା ପଡିବା ପରେ ତାଙ୍କ ଜନ୍ମସ୍ଥାନ ବରୀ ସହିତ ସମଗ୍ର ରାଜ୍ୟରେ ଗଭୀର ଶୋକ ପ୍ରକାଶ ପାଇଛି । ବିଶେଷ କରି ରାଜ୍ୟର ସମସ୍ତ କଳାକାର ଓ ଅଗଣିତ ଦର୍ଶକଙ୍କୁ ଏହି ଖବର ବ୍ୟଥିତ କରିଛି ।
ଏକ ଜମିଦାର ପରିବାରରେ ଜନ୍ମ ଗ୍ରହଣ କରିଥିଲେ ମଧ୍ୟ ପିଲା ବେଳୁ କଳା ପ୍ରତି ତାଙ୍କର ଅହେତୁକ ଦୁର୍ବଳତା ରହିଥିଲା । ବୟସ ବଢ଼ିବା ସହିତ ସେ କଳାଜଗତରେ ନିଜକୁ ବେଶ୍ ପ୍ରତିଷ୍ଠିତ କରିଥିଲେ ।

Related Posts

Seo wordpress plugin by www.seowizard.org.