Odisha News

ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ନବୀନ ପଟ୍ଟନାୟକ କହିଲେ ଆମେ ତୃତୀୟ ସାମ୍ମୁଖ୍ୟରେ ନାହୁଁ

ଭୁବନେଶ୍ୱର/ନୂଆଦିଲ୍ଲୀ,୧୧/୫: ୪ଦିନିଆ ଦିଲ୍ଲୀ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।ତେବେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପରେ ନବୀନ କହିଛନ୍ତି ଯେ ଓଡ଼ିଶାର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି । ବିଶେଷ କରି ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନେଇ ଆଲୋଚନା ହୋଇଛି । ଭୁବନେଶ୍ୱର ଏୟାରପୋର୍ଟ ଟ୍ରାଫିକ ଅଧିକ ହୋଇଗଲାଣି । ତେଣୁ ପୁରୀରେ ଶ୍ରୀଜଗନ୍ନାଥ ଏୟାରପୋର୍ଟ ପାଇଁ ଆଲୋଚନା କରାଯାଇଛି ।
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରିଥିବା ଆଲୋଚନା ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଯେଉଁଥିରେ ଆସନ୍ତା ନିର୍ବାଚନରେ ବିଜେଡିର ଭୂମିକା କିପରି ରହିବ ଓ ତୃତୀୟ ସାମ୍ମୁଖ୍ୟରେ ସାମିଲ ହେବା ନେଇ ଚାଲିଥିବା ଆଲୋଚନା କେତେଦୂର ଠିକ୍ ସେ ବାବଦରେ ନବୀନ ସ୍ପଷ୍ଟ କରିଛନ୍ତି।
ତୃତୀୟ ସାମ୍ମୁଖ୍ୟ ଗଠନ ନେଇ ପଚାରିବାରେ ସେ କହିଛନ୍ତି, ଏବେ ନୁହେଁ। ଏହି ସାମ୍ମୁଖ୍ୟରେ ଆମେ ନାହୁଁ।
ଆଗାମୀ ନିର୍ବାଚନରେ ବିଜେଡି ଲୋକସଭା ଓ ବିଧାନସଭା ଆସନରେ ଏକାକି ଲଢ଼ିବ କି ପଚାରିବାରେ ସେ କହିଛନ୍ତି, ସର୍ବଦା ଏହା ଆମର ମୁଖ୍ୟ ନୀତି ରହିଆସିଛି।
ପ୍ରଧାନମନ୍ତ୍ରୀ ଏନେଇ ସହଯୋଗ କରିବେ ବୋଲି କହିଛନ୍ତି ଜ୍ଝ ସେହିପରି ଏହି ସମୟରେ କୌଣସି ରାଜନୈତିକ ପ୍ରସଙ୍ଗ ବାବଦରେ ଆଲୋଚନା ହୋଇନି ବୋଲି ନବୀନ କହିଛନ୍ତି ଜ୍ଝ କିଛିଦିନ ତଳେ ବିହାର ମୁଖ୍ୟମନ୍ତ୍ରୀ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନବୀନଙ୍କୁ ସାକ୍ଷାତ କରିଥିଲେ ଜ୍ଝ ଆଉ ଏହାକୁ ନେଇ ସାମ୍ବାଦିକମାନେ ନବୀନଙ୍କୁ ପ୍ରଶ୍ନ କରିଥିଲେ ଯେ ତୃତୀୟ ସାମ୍ମୁଖ୍ୟ ନେଇ କୌଣସି ଆଲୋଚନା ହୋଇଛି କି? ଏହାର ଉତ୍ତରରେ ନବୀନ କହିଥିଲେ ଯେ କୌଣସି ରାଜନୈତିକ ପ୍ରସଙ୍ଗରେ ଆଲୋଚନା ହୋଇନାହିଁ ।

Related Posts

Seo wordpress plugin by www.seowizard.org.