Odisha News

ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ ନେଇ ପ୍ରତିକ୍ରିୟା ରଖିଲେ ମୁଖ୍ୟମନ୍ତ୍ରୀ, କହିଲେ ଏଥର ମୋଦିଙ୍କ ସହ ହେବନି ଭେଟ

ଭୁବନେଶ୍ୱର,୨୯/୩: ତିନି ଦିନିଆ ନୂଆଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୂଆଦିଲ୍ଲୀରେ ପହଞ୍ଚିବା ପରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଓ ବିଭିନ୍ନ ଦଳର ସାଂସଦମାନଙ୍କ ସହ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଏଥିସହ ବିଜେଡି ସଂସଦୀୟ ଦଳ ବୈଠକରେ ଯୋଗ ଦେଇଛନ୍ତି । ଓଡିଶାର ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗଗୁଡିକୁ ସଂସଦରେ ଉପସ୍ଥାପିତ କରିବାକୁ ସେ ବିଜେଡି ସାଂସଦମାନଙ୍କୁ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ସହ ବିଜେଡିର ଅନ୍ୟ ସାଂସଦମାନେ ମଧ୍ୟ ପାର୍ଲାମେଣ୍ଟ ପରିସରରେ ଉପସ୍ଥିତ ଥିଲେ । ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିମ୍ବା ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିବାର କୌଣସି କାର୍ଯ୍ୟକ୍ରମ ନାହିଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବା ବେଳେ ବିଜେଡି କାହାକୁ ସମର୍ଥନ କରିବ ବୋଲି ଗଣମାଧ୍ୟମ ପ୍ରତିନିଧି ପ୍ରଶ୍ନ ପଚାରିଥିଲେ। ଏ ସମ୍ପର୍କରେ ବିଜେଡି କିଛି ଚିନ୍ତା କରିନଥିବା ସ୍ପଷ୍ଟ କରିଛନ୍ତି ନବୀନ । ତା’ ସହିତ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ଲେଖିଥିବା ଚିଠି ପାଇ ନ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

Related Posts

Seo wordpress plugin by www.seowizard.org.