Odisha News

ପ୍ରଶ୍ନପତ୍ର ଲିକ୍: ସମ୍ବଲପୁର ବିଶ୍ୱବିଦ୍ୟାଳୟର ଏଜୁକେସନ୍ ୬ଷ୍ଠ ସେମିଷ୍ଟର ପରୀକ୍ଷା ବାତିଲ

ସମ୍ବଲପୁର,୧୪/୭: ସକାଳେ ଭାଇରାଲ ହେଲା ପ୍ରଶ୍ନପତ୍ର । ମୋବାଇଲରୁ ମୋବାଇଲ୍ ଘୁରି ବୁଲିଲା। ତେଣୁ ବାତିଲ ହେଲା ପରୀକ୍ଷା। ଏପରି ଘଟଣା ଆଜି ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ଘଟିଛି।
ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଆଜି ବିଶ୍ୱବିଦ୍ୟାଳୟର +୩ ତୃତୀୟ ବର୍ଷ ଏଜୁକେସନ ଅନର୍ସ ପରୀକ୍ଷା ହେବାର ଥିଲା। ମାତ୍ର ଏହା ପୂର୍ବରୁ ସକାଳୁ ଲିକ୍ ହୋଇଗଲା ପ୍ରଶ୍ନପତ୍ର ।
ଭାଇରାଲ ହୋଇଥିବା ପ୍ରଶ୍ନପତ୍ର ଅରିଜନାଲ ପ୍ରଶ୍ନପତ୍ର ସହ ମିଶୁଛି ବୋଲି ସ୍ୱୀକାର କରିଛନ୍ତି କର୍ତ୍ତୃପକ୍ଷ । ତେଣୁ ଆଜି ହେବାକୁ ଥିବା ଏଜୁକେସନ ଅନର୍ସ ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।
ପ୍ରଶ୍ନପତ୍ର ଭାଇରାଲ୍ ହେବା ପରେ ଆଜି ପରୀକ୍ଷା ଦେବାକୁ ପ୍ରସ୍ତୁତ ହୋଇଥିବା ଛାତ୍ରଛାତ୍ରୀ ଓ ସେମାନଙ୍କ ଅଭିଭାବକଙ୍କ ମଧ୍ୟରେ ଦେଖାଦେଇଛି ଅସନ୍ତୋଷ । କେଉଁ ପରିସ୍ଥିତିରେ ଏହା ଭାଇରାଲ ହେଲା ତାହାର ତଦନ୍ତ ହେବ ବୋଲି କହିଛନ୍ତି କର୍ତ୍ତୃପକ୍ଷ ।
ପ୍ରଶ୍ନପତ୍ର ସେଟ୍ କରିଥିବା କର୍ମଚାରୀ ହିଁ ଏପରି କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି । ଦୋଷୀ, କର୍ମଚାରୀ ଓ ଅଧିକାରୀଙ୍କ ବିରୋଧରେ ଥାନାରେ ଲିଖିତ ଅଭିଯୋଗ ଦିଆଯିବା ସହେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ କୁହାଯାଇଛି ।
ପରବର୍ତ୍ତୀ ଅବସ୍ଥାରେ କେବେ ପରୀକ୍ଷା ହେବା ତାହା ଜଣାଇ ଦିଆାଯିବ ବୋଲି କଲେଜ କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

Related Posts

Seo wordpress plugin by www.seowizard.org.