Odisha News

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା: ୩ ତାରିଖରୁ ବର୍ଷା ସମ୍ଭାବନା, ୫ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧/୧୨ : ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପଟି ଆଜି ଅବପାତରେ ପରିଣତ ହୋଇଛି। ଏହା ପୁଡୁଚେରୀ ଠାରୁ ୭୯୦, ଚେନ୍ନାଇ ଠାରୁ ୮୦୦ କିମି ଦୂରରେ ଅବସ୍ଥିତ ରହିଛି। ଦିନକ ପରେ ଅର୍ଥାତ ୩ ତାରିଖ ରବିବାର ଏହା ବାତ୍ୟାରେ ରୂପାନ୍ତର ହୋଇପାରେ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ।
ପାଣିପାଗ ବିଭାଗର ସୂଚନା ଅନୁସାରେ, ସୁଦୃଶ୍ୟ ଲଘୁଚାପଟି ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଦକ୍ଷିଣପୂର୍ବରେ ଅବପାତ ପରିଣତ ହୋଇଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆହୁରି ଘନୀଭୂତ ହୋଇ କାଲି ସୁଦ୍ଧା ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୩ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ବାତ୍ୟା ସୃଷ୍ଟି ହେବ। ବାତ୍ୟାରେ ପରିଣତ ହୋଇ ୪ ତାରିଖ ସଂଧ୍ୟାରେ ଚେନ୍ନାଇ ଓ ମଛଲିପଟ୍ଟନମ ମଝିରେ ଉପକୂଳ ଛୁଇଁବ ବୋଲି ପୂର୍ବାନୁମାନ କରିଛି ପାଣିପାଗ।
ଏହି ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ତାମିଲନାଡୁର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଗଲାଣି ପ୍ରବଳ ବର୍ଷା। ତାମିଲନାଡୁରେ ସମ୍ଭାବ୍ୟ ବାତ୍ୟାକୁ ଦେଖି ମୁତୟନ କରାଯାଇଛି ଘଊଜୠ ଟିମ୍। ପ୍ରବଳ ବର୍ଷା ଯୋଗୁଁ କାଞ୍ଚିପୁରମ୍ ଓ ଥିରୁବଲ୍ଲୁର ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆନ୍ଧ୍ରପ୍ରଦେଶର ତିରୁପତି ମନ୍ଦିର ସମ୍ମୁଖରେ ମଧ୍ୟ ବର୍ଷା ଯୋଗୁଁ ଭକ୍ତମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏପର୍ଯ୍ୟନ୍ତ ଏହି ସମ୍ଭାବ୍ୟ ବାତ୍ୟାର ପ୍ରଭାବ ଓଡ଼ିଶା ଉପରେ କେତେ ପଡ଼ିବ, ତାହା ସ୍ପଷ୍ଟ ହୋଇନାହିଁ।

Related Posts

Seo wordpress plugin by www.seowizard.org.