Odisha News

ବଦଳିଲା ପାଗ, ରାଜଧାନୀ ସମେତ ବିଭିନ୍ନ ସ୍ଥାନରେ ବର୍ଷା ଜାରି

ଭୁବନେଶ୍ୱର,୧୫/୭: ରାଜ୍ୟବାସୀଙ୍କୁ ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି। ଆଜି ସକାଳେ ଟ୍ୱିନ୍ ସିଟି ସମେତ ଉପକୂଳ ଓଡ଼ିଶା ତଥା ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବର୍ଷା ଲାଗି ରହିଛି। ଆଜିଠୁ ଆଗାମୀ ୩ ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ଆଜି ସକାଳ ସାଢ଼େ ଆଠଟା ସୁଦ୍ଧା ପାରାଦୀପରେ ୧୦୫ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ପୁରୀରେ ୮୬.୬ ମିମି,ଢେଙ୍କାନାଳରେ ୭୦ ମିମି ନୟାଗଡରେ ୪୩.୧ ମିମି, କେନ୍ଦ୍ରାପଡ଼ାରେ୨୨.୪ ମିମି, ଭୁବନେଶ୍ୱରରେ ୧୪.୭ ମିମି, ଗୋପାଳପୁରରେ ୨.୧ ମିମି, ଚାନ୍ଦବାଲିରେ ୧୧.୯ ମିମି ଓ ବାଲେଶ୍ୱରରେ ୧୦.୨ ମିମି ବର୍ଷା ରେକର୍ଡ କରାଯାଇଛି।
ବର୍ଷା ଲାଗି ରହିବା ଯୋଗୁ ଟ୍ରାଫିକ ଜନିତ ସମସ୍ୟା ଉପୁଜି ବାରେ ସମ୍ଭାବନା ରହିଛି। ଏହାସହ ତଳୁଆ ଅଞ୍ଚଳ ଓ ଅଣ୍ଡରପାସ ରୋଡ଼ରେ ପାଣିଜମିବା ସମ୍ଭାବନା ରହୁଥିବାରୁ ଆବଶ୍ୟକ ନଥିଲେ ଯାତାୟାତରୁ ନିବୃତ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏନେଇ ଏହି ସବୁ ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ବୌଦ୍ଧ, ସମ୍ବଲପୁର ଓ ବରଗଡ଼ ।
ସେହିପରି ରବିବାର ଅର୍ଥାତ ୧୬ ତାରିଖରେ ବରଗଡ଼, ଦେବଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ବୌଦ୍ଧ, ଢେଙ୍କାନାଳ, ଯାଜପୁର, କଟକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର‌୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସୋମବାର ଅର୍ଥାତ ୧୭ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଅନୁଗୋଳ, ବରଗଡ଼, ସମ୍ୱଲପୁର, ଦେବଗଡ଼,ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ମଙ୍ଗଳବାର ଅର୍ଥାତ ୧୮ ତାରିଖରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଯାଜପୁର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related Posts

Seo wordpress plugin by www.seowizard.org.