Odisha News

ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା

ନିଶ୍ଚିନ୍ତକୋଇଲି, ୨/୧: କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲି ବ୍ଲକ ଅନ୍ତର୍ଗତ କଟରପଡ଼ା କଳା ପୋଲ ନିକଟରେ ଘରୋଇ ବସ୍ ସହିତ ଟ୍ରକର ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୪୦ ଆହତ ଓ ୨୦ ଗୁରୁତର ଥିବା ଜଣାଯାଇଛି। ଏବେ ବି ଉଦ୍ଧାର କାମ ଜାରି ରହିଛି।
ଘଟଣାରୁ ପ୍ରକାଶ ଯେ ସକାଳ ସାଢ଼େ ୭ଟାରେ ମନୋରମା ବସ ଚାନ୍ଦବାଲିରୁ କଟକ ଯାଉଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ୧୦ ଚକିଆ ଟ୍ରକକୁ ମୁହାଁମୁହିଁ ପିଟିଥିଲା। ଏହାଫଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିଲା। ବସରେ ଥିବା ୪୦ଜଣ ଯାତ୍ରୀ ଆହତ ହୋଇଥିବା ଜଣାଯାଇଛି। ବସରେ ଦୁଇ ଜଣ ଡ୍ରାଇଭର୍ ବର୍ତ୍ତମାନ ଫସିକି ଅଛନ୍ତି। ଦମକଳ ବାହିନୀ ସହ ସ୍ଥାନୀୟ ପୋଲିସ ପହଞ୍ଚି ଉଦ୍ଧାର କାମ ଜାରି ରଖିଛନ୍ତି।

Related Posts

Seo wordpress plugin by www.seowizard.org.