ବାଙ୍ଗିରିପୋଷି ଘାଟି ଉପରେ ଟ୍ୟାଙ୍କର-ଟ୍ରକ୍ ଧକ୍କା, ଜିଅନ୍ତା ଜଳିଗଲେ ଡ୍ରାଇଭର

ମୟୁରଭଞ୍ଜ,୪/୧: ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦୁଆରଶୁଣି ଘାଟିରେ ଦୁର୍ଘଟଣା । ତେଲ ବୋଝେଇ ଟ୍ୟାଙ୍କର ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।
ଫଳରେ ଜିଅନ୍ତା ଜଳିଯାଇଛନ୍ତି ଟ୍ୟାଙ୍କର ଡ୍ରାଇଭର । ଅନ୍ୟ ଜଣଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ କର୍ମଚାରୀ ଉଦ୍ୟମ କରୁଛନ୍ତି । ତେଲ ବୋଝେଇ ଟ୍ୟାଙ୍କର ଘାଟିରୁ ତଳକୁ ଓହ୍ଳାଉଥିବା ବେଳେ ଘାଟି ଉପରକୁ ଉଠୁଥିବା ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି ।