Odisha News

ବାଲିଗୁଡ଼ାରେ ବଡ଼ ଧରଣର ଲୁଟ : ଘରେ କେହି ନଥିବା ବେଳେ କଳାକନା ବୁଲାଇଲେ ଲୁଟେରା

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡ଼ା,୨୪/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ସୁନାପାଙ୍ଗା ସାହିରେ ବଡ଼ ଧରଣର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି । ସୁନାପାଙ୍ଗା ସାହିର ସ୍ବପ୍ନେଶ୍ବର ସାହୁଙ୍କ ଘରୁ ବଡ଼ ଧରଣର ଲୁଟ୍ ହୋଇଥିବା ବାଲିଗୁଡ଼ା ଥାନାରେ ଅଭିଯୋଗ ହୋଇଛି। ଘଟଣା ପ୍ରକାରେ ସ୍ବପ୍ନେଶ୍ବର ସାହୁ ନିଜ ପରିବାର ସହ ଦୁଇଦିନ ପାଇଁ ଭଞ୍ଜନଗର ସ୍ଥିତ ନିଜ ସମ୍ପର୍କୀୟଙ୍କ ଏକ ଭୋଜିରେ ଯୋଗ ଦେବାକୁ ଯାଇଥିଲେ ।
ସେଠାରୁ ସେ ଭୂବନେଶ୍ବର ଯାଇଥିଲେ । ଦୁଇଦିନ ପରେ ଅର୍ଥାତ୍ ଗୁରୁବାର ସନ୍ଧ୍ୟା ସମୟରେ ଘରକୁ ଫେରିଥିବା ବେଳେ ଘରର ମୁଖ୍ୟ କବାଟ ତାଲା ଭାଙ୍ଗିଥିବା ଦେଖିବାକୁ ପାଇଥିଲେ ।
ଏହାପରେ ବାଲିଗୁଡ଼ା ପୋଲିସକୁ ସୂଚନା ଦେଇଥିଲେ । ଖବରପାଇ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଶୁକ୍ରବାର ସନ୍ଧାନି କୁକୁର ଓ ସାଇଣ୍ଟିଫିକ୍ ଟିମ୍ ପହଁଚି ଘଟଣାର ଅଧିକ ତଦନ୍ତ ଜାରି ରଖିଛନ୍ତି ।
ଗତ କିଛି ଦିନ ହେବ ବାଲିଗୁଡ଼ା ଅଞ୍ଚଳରେ ଚୋରି, ଡକାୟତି ଘଟଣା ବୃଦ୍ଧି ପାଉଥିବା ବେଳେ ଅଞ୍ଚଳବାସୀ ଏକ ପ୍ରକାର୮ ୯ଭୟଭୀତ ଅବସ୍ଥାରେ ଥିବା ଜଣାପଡ଼ିଛି ।
ସ୍ବପନେଶ୍ବରଙ୍କ ଘରୁ ପ୍ରାୟ ୪୨ ଭରି ସୁନା, ପାଖାପାଖି ୫କେଜିର ରୂପା ଓ ନଗଦ ଅଢ଼େଇ ଲକ୍ଷ ଟଙ୍କା ଲୁଟ୍ ହୋଇଥିବା ଅଭିଯୋଗ ହୋଇଥିବା ଜଣାପଡ଼ିଛି । ସେପଟେ ପୋଲିସ୍ ପ୍ରଶାସନ ଏଦିଗରେ ଦୃଷ୍ଟି ଦେଇ ଦିନରାତି ପେଟ୍ରୋଲିଂ ବ୍ୟବସ୍ଥାକୁ ଆହୁରି କଡ଼ାକଡ଼ି କରିବା ସହ ଅଞ୍ଚଳବାସୀଙ୍କ ଧନଜୀବନ ପ୍ରତି ଗୁରୁତ୍ବ ଦେବା ଆବଶ୍ୟକ ବୋଲି ବୁଦ୍ଧିଜୀବୀ ମହଲରେ ଦାବି ହେଉଥିବା ଜଣାପଡ଼ିଛି ।
ଆଦିବାସୀ ମହାବିଦ୍ୟାଳୟର ୩୯ତମ ବାର୍ଷିକ ଉତ୍ସବ ପାଳିତ: ଭିତ୍ତିଭୂମି ସଜାଡ଼ିବାକୁ ସାଂସଦଙ୍କ ପ୍ରତିଶ୍ରୁତି
ବାଲିଗୁଡ଼ା, ୨୪/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟର ୩୯ତମ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ସାଂସଦ ଡଃ.ଅଚ୍ୟୁତ ସାମନ୍ତ ଯୋଗ ଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ବିଧାୟକ ପ୍ରତିନିଧି ଅବନୀକାନ୍ତ ନାୟକ ପ୍ରମୁଖ ଯୋଗ ଦେଇଥିଲେ ।
ମୁଖ୍ୟ ବକ୍ତା ଭାବେ ବାଲିଗୁଡ଼ା ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡା ଯୋଗଦେଇ ଶିକ୍ଷାଦାନରେ ଅଧ୍ୟାପକଙ୍କ ଦାୟିତ୍ଵ ଓ ଶିକ୍ଷାର ଗୁରୁତ୍ୱ ସମ୍ବନ୍ଧରେ ଅଭିଭାଷଣ ରଖିଥିଲେ । ମୁଖ୍ୟ ଅତିଥି ମାନ୍ୟବର ସାଂସଦ ଡଃ.ଅଚ୍ୟୁତ ସାମନ୍ତ ଏହି ପୁରାତନ ମହାବିଦ୍ୟାଳୟର ପାରଦର୍ଶିତାକୁ ପ୍ରଶଂସା କରିବା ସହ ମହାବିଦ୍ୟାଳୟରେ ସ୍ମାର୍ଟ କ୍ଲାସ୍ ପାଇଁ ନିଜସ୍ବ ପାଣ୍ଠିରୁ ଯୁକ୍ତ ୨ ଓ ଯୁକ୍ତ ୩ ଛାତ୍ରଛାତ୍ରୀଙ୍କ ପାଇଁ ୨୦ଟି କମ୍ପ୍ୟୁଟର ଯୋଗାଇ ଦେବା ସହ ମହାବିଦ୍ୟାଳୟର ଉନ୍ନତି ଦିଗରେ ଦୃଷ୍ଟି ଦେବେ ବୋଲି ନିଜ ଅଭିଭାଷଣ ମାଧ୍ୟମରେ ପ୍ରତିଶ୍ରୁତି ଦେଇଛନ୍ତି ।
ଏହି କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି ଙ୍କ ସଭାପତିତ୍ବରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଅଧ୍ୟାପକ ତଥା ଉପସଭାପତି ଡଃ.ବିଭୁତି ଭୂଷଣ ଆଚାର୍ଯ୍ୟ ମହାବିଦ୍ୟାଳୟର ବିବରଣୀ ପାଠ କରିଥିଲେ ।
ମହାବିଦ୍ୟାଳୟରେ ଆୟୋଜିତ ବାର୍ଷିକ କ୍ରୀଡ଼ା ଓ ଅନ୍ୟାନ୍ୟ ବିଭାଗରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟ ଅତିଥି ଓ ସମ୍ମାନୀତ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ମହା ବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକା ଓ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ରହି ପରିଚାଳନାରେ ପୁର୍ଣ୍ଣ ସହଯୋଗ କରିଥିଲେ ।

Related Posts

Seo wordpress plugin by www.seowizard.org.