Odisha News

ବାଲିଗୁଡାରେ ନେତାଜୀ ଓ ସୁରେନ୍ଦ୍ର ସାଏଙ୍କ ଜୟନ୍ତୀ ପାଳିତ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା,୨୩/୧: ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଦେଶଭକ୍ତ, ମୁକ୍ତି ସଂଗ୍ରାମର ଅବିସ୍ମରଣୀୟ ଯୋଦ୍ଧା ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଉତ୍ସବ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ମହାସମାରୋହରେ ପାଳିତ ହୋଇଯାଇଛି ।
ଏହି ଅବସରରେ ସ୍ଥାନୀୟ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲରେ ନେତାଜୀ ଜୟନ୍ତୀ ଓ ଚିତ୍ରକଳା ପ୍ରଦର୍ଶନୀ ଆୟୋଜନ ହୋଇଥିଲା ।
ଏଥିରେ ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଏଲଆଇସି ଚେୟାରମ୍ୟାନ କ୍ଲବ ସଦସ୍ୟ ଅଭିକର୍ତ୍ତା ତଥା ଚିତ୍ରକର ରଶ୍ମି ରଞ୍ଜନ ମହାରଣା ,ନୃତ୍ୟ ଓ ଚିତ୍ରକଳା ଏକାଡେମୀରୁ ପୁରସ୍କାର ପ୍ରାପ୍ତ ସୋନୁ ମହାରଣା ଯୋଗ ଦେଇ ଦୁଇ ମହାନ ଯୋଦ୍ଧାଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ଧୂପ ପ୍ରଜ୍ବଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରି ନେତାଜୀ ଓ ସୁରେନ୍ଦ୍ର ସାଏ ଙ୍କ ଉଦ୍ଦେଶ୍ୟରେ ବକ୍ତବ୍ୟ ପ୍ରଦାନ କରିଥିଲେ ।
ଏହି ଉପଲକ୍ଷେ ଏକ ଚିତ୍ର ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା । ଏହି ପ୍ରଦର୍ଶନୀ ରେ ୫୦ ଟି ଫୋଟ ଚିତ୍ରର ଶିଶୁ ଛାତ୍ରୀ ଛାତ୍ର ଅଂଶ ଗ୍ରହଣ କରିଥିଲେ ।
ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ର ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଦୀପକ କୁମାର ମୁଖୀ ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କର୍ମକର୍ତ୍ତା ଓ ଅଭିଭାବକ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିଥିଲେ ।

Related Posts

Seo wordpress plugin by www.seowizard.org.