Odisha News

ବାଲିଗୁଡାରେ ବାହୁଡା଼ ଯାତ୍ରା ପାଳିତ ; ୧୦ ହଜାରରୁ ଉର୍ଦ୍ଧ ଭକ୍ତ ଙ୍କ ସମାଗମ : ସୁଭଦ୍ରା ରଥକୁ ମହିଳା ମାନେ ଟାଣିଲେ

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ
ବାଲିଗୁଡା, ୨୮/୬: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଦିନ ତମାମ ସାମାନ୍ୟ ମେଘୁଆ ଓ ଖରା ପାଗ ମଧ୍ୟରେ ପବିତ୍ର ବାହୁଡା଼ ଯାତ୍ରା ବହୁ ଆଡ଼ମ୍ବର ସହ ପାଳିତ ହୋଇ ଯାଇଛି। ପୂର୍ବ ନିର୍ଘଣ୍ଟ ପ୍ରକାରେ ପ୍ରାତଃ ମଙ୍ଗଳ ଆଳତି ପରେ ମଇଲମ, ତଡପଲାଗି, ରୋଷ ହୋମ, ଅବକାଶ ଅନୁଷ୍ଠିତ ହୋଇଥିଲା। ଏହାପରେ ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳ ବଲ୍ଲଭ ଓ ସକାଳ ଧୂପ, ଖେଚୁଡ଼ି ଭୋଗ ଓ ମଙ୍ଗଳାର୍ପଣ ପରେ ପ୍ରଭୁ ବଳଭଦ୍ର, ଦେବୀ ସୁଭଦ୍ରା,ଓ ଶ୍ରୀଜଗନ୍ନାଥଙ୍କର ପହଣ୍ଡି ବିଜେ କରି ତିନୋଟି ରଥରେ ରଥାରୁଢ଼ ପରେ ଅପରାହ୍ନରେ ରଥଟଣା ଆରମ୍ଭ ହୋଇଥିଲା।
ବାଲିଗୁଡା ସମେତ ଆଖପାଖ ଅଞ୍ଚଳର ବିଭିନ୍ନ ବାଦ୍ୟ, ନୃତ୍ୟ,ଦଳ ଙ୍କ ନୃତ୍ୟରେ ସମଗ୍ର ପରିବେଶ ଭକ୍ତିମୟ ହୋଇ ଉଠିଥିଲା କ୍ଷ ଏଥିରେ ୧୦ ହଜାରରୁ ଉର୍ଦ୍ଧ ଭକ୍ତଙ୍କ ସମାଗମ ହୋଇଥିଲା କ୍ଷ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ତିନୋଟି ରଥ ଟଣାଯାଇଥିଲା, ହେଲେ ସୁଭଦ୍ରା ଙ୍କ ରଥକୁ କେବଳ ମହିଳା ମାନେ ହିଁ ଟାଣିଥିଲେ ।
ହଜାର ହଜାର ଭକ୍ତ ବହୁ ଆନନ୍ଦ ଓ ଉଲ୍ଲାସର ସହିତ ରଥ ଟାଣିଥିଲେ। ସନ୍ଧ୍ୟା ରେ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ପହଞ୍ଚିବା ପରେ ସନ୍ଧ୍ୟା ଆଳତୀ କରାଯାଇଥିଲା। ମନ୍ଦିର ପରିଚାଳନା ଟ୍ରଷ୍ଟର ଟି. ଶ୍ରୀନିବାସ ରାଓ, ମଧୁ ସୂଦନ ଦାସ, ଜୀବାନନ୍ଦ ମହାରଣା, ସତ୍ୟ ନାରାୟଣ ପାଢ଼ୀ ଙ୍କ ସମେତ ସମସ୍ତ କର୍ମକର୍ତ୍ତା ମାନେ ଉପସ୍ଥିତ ରହି କାର୍ଯ୍ୟ ପରିଚାଳନା ରେ ସହଯୋଗ କରିଥିଲେ। ଏହି ଅବସରରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ବିଭିନ୍ନ ଅନୁଷ୍ଠାନ ତରଫରୁ ପାନୀୟ ଜଳ, ପଣା ଓ ଭୋଗ ର ବ୍ୟବସ୍ଥା କରାଯାଇଥିଲା ।ଆଇନ ଶୃଙ୍ଖଳା ପରିସ୍ଥିତି କୁ ଦୃଷ୍ଟିରେ ରଖି ବାଲିଗୁଡା ପୋଲିସ ବିଭାଗ ତରଫରୁ ସମଗ୍ର ସହରରେ କଡାକଡି ପାଟ୍ରୋଲିଂ ବ୍ୟବସ୍ଥା ଗ୍ରହଣ କରାଯାଇଥିଲା ।
ବିଏସ୍ଏନ୍ଏଲ୍ ମୋବାଇଲ ଟାୱାର ନିର୍ମାଣରେ ନିୟୋଜିତ ଶ୍ରମିକ ଠିକାଦରଙ୍କ ଅଚାନକ ମୃତ୍ୟୁ: ତଦନ୍ତ ଅବ୍ୟାହତ
ବାଲିଗୁଡ଼ା,୨୮/୬: ବିଏସ୍ଏନ୍ଏଲ୍ ମୋବାଇଲ ଟାୱାର ନିର୍ମାଣରେ ନିୟୋଜିତ ଥିବା ଜଣେ ଶ୍ରମିକ ଠିକାଦରଙ୍କ ଅଚାନକ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ମୃତକ ଜଣକ ହେଲେ ପଶ୍ଚିମବଙ୍ଗର ଦକ୍ଷିଣ ଦିନାନାଜପୁର ଜିଲ୍ଲା ଅନ୍ତର୍ଗତ ଗଙ୍ଗାରାମପୁର ଥାନା ନିଳଡଙ୍ଗା ଅଞ୍ଚଳର ସୂର‌୍ୟ୍ୟ ଦାସ ବୋଲି ଜଣାପଡ଼ିଛି ।
ସୂଚନା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକ ବେଲଘର ଥାନା ଝିରିପାଣି ଅଞ୍ଚଳରେ ବିଏସ୍ଏନ୍ଏଲ୍ ମୋବାଇଲ ଟାୱାର ନିର୍ମାଣ କାମ ଚାଲୁ ରହିଥିବା ବେଳେ ନିର୍ମାଣ କାର୍ଯ୍ୟରେ ସେଠାରେ ଥିବା ଶ୍ରମିକ ଠିକାଦାର ସୂର୍ଯ୍ୟ ଦାସଙ୍କ ହଠାତ୍ ସ୍ବାସ୍ଥ୍ୟ ଅବସ୍ଥାରେ ଖରାପ ହେବାରୁ ଶ୍ରମିକମାନେ ସୂର୍ଯ୍ୟଙ୍କୁ ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ କ୍ଷ ଡ଼ାକ୍ତରଖାନାରେ ସ୍ଵାସ୍ଥ୍ୟ ପରୀକ୍ଷା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିବା ଜଣାପଡ଼ିଛି ।
ଘଟଣା ସମ୍ପର୍କରେ ଖବରପାଇ ବାଲିଗୁଡ଼ା ଥାନା ପୋଲିସ୍ ଡାକ୍ତରଖାନାରେ ପହଁଚି ଶବ ଜବତ କରିବା ସହ ବ୍ୟବଚ୍ଛେଦ କରାଇ ମୃତକଙ୍କ ସମ୍ପର୍କୀୟଙ୍କୁ ଶବ ହସ୍ତାନ୍ତର କରିବା ସହ ମୃତକଙ୍କ ନିଜ ଗାଁକୁ ଶବ ପଠାଇବାର ବ୍ୟବସ୍ଥା କରିଛି । ଅନ୍ୟପଟେ ବାଲିଗୁଡ଼ା ଥାନା କେଶ ନଂ.୧୪/୨୩ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତି ଚଳାଇଛି ପୋଲିସ୍ । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ୍ ପକ୍ଷରୁ ସୂଚନା ମିଳିଛି ।

Related Posts

Seo wordpress plugin by www.seowizard.org.