Odisha News

ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୨/୩: ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ଦିନ ଗ୍ରୀଷ୍ମ ପ୍ରବାହ ମୁକାବିଲା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି ।
ବୈଠକରେ ଜିଲାପାଳ ଜେ. ସୋନାଲ ଅଧ୍ୟକ୍ଷତା କରି ଜିଲ୍ଲାରେ ଆଗାମୀ ଗ୍ରୀଷ୍ମଋତୁରେ ପିଇବା ପାଣି ଓ ଅଂଶୁଘାତର ସଫଳ ମୁକାବିଲା ନିମନ୍ତେ ବ୍ୟାପକ ପଦକ୍ଷେପ ନେବାକୁ ଜିଲାପାଳ ନିର୍ଦେଶ ଜାରି କରିଛନ୍ତି ।
ଜିଲ୍ଲାରେ ଅଚଳ ଥିବା ନଳକୂପ ଗୁଡିକୁ ଯୁଦ୍ଧକାଲିନ ଭିତିରେ ମରାମତି କରିବା ସହ ଆବଶ୍ୟକସ୍ଥଳେ ଭ୍ରମ୍ୟମାଣ ଟ୍ୟାଙ୍କର ଦ୍ୱାରା ପିଇବା ପାଣିର ସୁବ୍ୟବସ୍ଥା କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।
ପ୍ରତ୍ୟେକ ଅଙ୍ଗନୱାଡି କେନ୍ଦ୍ର ଓ ବିଦ୍ୟାଳୟରେ ପର୍ଯ୍ୟାପ୍ତ ପରିମାଣର ଓଆରଏସ ପ୍ୟାକେଟ ମହଜୁତ ରଖିବା ପାଇଁ କୁହାଯାଇଛି କ୍ଷ ବୈଠକରେ ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦ, ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଜିଲା ଶିକ୍ଷା ଅଧିକାରୀ ଗେଂଦେରା କୁଜୁର , ବନଖଣ୍ଡ ଅଧିକାରୀ ଦେବ ପ୍ରିୟ କମ୍ପଙ୍କ ସମତେ ସ୍ୱାସ୍ଥ୍ୟ ବିଭାଗୀୟ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ରହିଥିଲେ ।

Related Posts

Seo wordpress plugin by www.seowizard.org.