Odisha News

ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟରେ ନୂତନ ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ରବି ନାରାୟଣ ତ୍ରିପାଠୀ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୨୫/୭: ବୌଦ୍ଧ ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟରେ ଆଜି ନୂତନ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ରବି ନାରାୟଣ ତ୍ରିପାଠୀ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ଗ୍ରହଣ ପରେ ଜିଲ୍ଲାର ଉନ୍ନତି ପାଇଁ ନୂତନ ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।
ଦାୟିତ୍ୱ ଗ୍ରହଣ ପରେ ଜିଲା ସ୍ତରୀୟ ଅଧିକାରୀ, ବିଭାଗୀୟ କର୍ମଚାରୀ ମାନେ ନୂତନ ନୂତନ ଜ଼ିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ ଙ୍କୁ ସ୍ୱାଗତ କରିଥିଲେ ।
ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ ପୂର୍ବରୁ ରାୟଗଡ଼ା ଜିଲ୍ଲାରେ ଜ଼ିଲ୍ଲା ମୁଖ୍ୟ ନିର୍ବାହୀ ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ । ବୌଦ୍ଧର ପୂର୍ବତନ ଜ଼ିଲ୍ଲା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱିନୀ କୁମାର ମେହେରଙ୍କ ରାୟଗଡ଼ା ଜ଼ିଲ୍ଲା ମୁଖ୍ୟ କାର‌୍ୟ୍ୟନିର୍ବାହୀ ଅଧିକାରୀ ଭାବେ ବଦଳି କରାଯାଇଛି ।
ଖମନମୁଣ୍ଡା ଜନଶୁଣାଣି ଶିବିର ରେ ୭୨ ଟି ଅଭିଯୋଗର କରାଗଲା ତତକାଳ ସମାଧାନ, ୧୬ ଜଣ ହିତାଧିକାରୀଙ୍କୁ ସହାୟତା ପ୍ରଦାନ
ବୌଦ୍ଧ ,୨୫/୭: ବୌଦ୍ଧ ଜିଲା କଣ୍ଟାମାଲ ବ୍ଳକ ଖମନମୁଣ୍ଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ଅନୁଷ୍ଠିତ ଜନଶୁଣାଣି ଶିବିରରେ ଜିଲାପାଳ ୭୨ ଟି ଅଭିଯୋଗର ତତକାଳ ସମାଧାନ କରିଛନ୍ତି କ୍ଷ ଏହାସହ ୧୬ ଜଣ ହିତାଧିକାରୀଙ୍କୁ ସହାୟତା ପ୍ରଦାନ କରାଯାଇଛି କ୍ଷ ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
ଏହି ଶିବିରରେ ସମୁଦାୟ ୧୫୬ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୧୫୨ ଗୋଟି ବ୍ୟକ୍ତିଗତ ମାମଲା ଓ ୪ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା ।
ଏହି ଶିବିରରେ ୧୨୨ ଗୋଟି ଅଭିଯୋଗର ତତକାଳ ସମାଧାନ କରାଯାଇଥିଲା କ୍ଷ ଶିବିରରେ ରେଡକ୍ରସ ପାଣ୍ଠିରୁ ୨ ଜଣ ହିତାଧିକାରୀଙ୍କୁ ୪ ହଜାର ଟଙ୍କା ଦିଆଯାଇଥିବା ବେଳେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୮ ଜଣଙ୍କୁ ୫୦ ହଜାର ଟଙ୍କା ସହାୟତା ଯୋଗାଇ ଦିଆଯାଇଛି ।
ଏଥି ସହିତ ୩ ଜଣ ହିତାଧିକାରୀଙ୍କୁ ଟ୍ରାଇ ସାଇକେଲ ଓ ୩ ଜଣଙ୍କୁ ହୁଇଲ ଚେୟାର ପ୍ରଦାନ କରାଯାଇଥିଲା କ୍ଷ ଶିବିରରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ରବୀନ୍ଦ୍ର କୁମାର ରାଉତ, ବିଡ଼ିଓଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ

Related Posts

Seo wordpress plugin by www.seowizard.org.