Odisha News

ବୌଦ୍ଧ: ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କମ୍ଭୁଧର କ୍ଷେତିଙ୍କ ରିପୋର୍ଟ
ବୌଦ୍ଧ,୨୬/୧୧ : ବୌଦ୍ଧ ଜିଲାପାଳଙ୍କ କାର୍ଯ୍ୟାଳୟ ଠାରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି । ଜିଲାପାଳ ନୃସିଂହ ଚରଣ ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପ୍ରସ୍ତୁତି ବୈଠକରେ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ର ସଫଳ ଆୟୋଜନ ନେଇ ସବିଶେଷ ଆଲୋଚନା କରାଯାଇଥିଲା ।
ଆସନ୍ତା ସପ୍ତାହରେ ଅନୁଷ୍ଠିତ ହେବାକୁ ଥିବା ଏହି ବିକଶିତ ଭାରତ ସଙ୍କଳ୍ପ ଯାତ୍ରା କାର୍ଯ୍ୟକ୍ରମ ନେଇ ଜିଲାସ୍ତରୀୟ ବିଭିନ୍ନ କମିଟି ଗଠନ କରାଯିବା ସହ ଯୋଜନା ପ୍ରସ୍ତୁତ କରାଯାଇଥିଲା ।
କାର୍ଯ୍ୟକ୍ରମରେ ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦ, ଜ଼ିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ରବି ନାରାୟଣ ତ୍ରିପାଠୀ , ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟ ଭଞ୍ଜନ ମଦନ ମୋହନ ପାତ୍ର, ଉପଜିଲାପାଳ ରବିନ୍ଦ୍ର ନାଥ କହଁର , ବୌଦ୍ଧ ବନଖଣ୍ଡ ଅଧିକାରୀ ଶ୍ରୀ ଦେବ ପ୍ରିୟ କମ୍ପ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକନ୍ତି ବଳିୟାରସିଂଙ୍କ ସମତେ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀମାନେ ଯୋଗଦେଇଥିଲେ । ଶେଷରେ ଜ଼ିଲ୍ଲା ପରିଷଦ ମୁଖ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ରବି ନାରାୟଣ ତ୍ରିପାଠୀ ଧନ୍ୟବାଦ ଅର୍ପଣ କରି ସଭା ସାଙ୍ଗ କରାଯାଇଥିଲା।

Related Posts

Seo wordpress plugin by www.seowizard.org.