Odisha News

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ, ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ୍

ଭୁବନେଶ୍ବର, ୧୦/୧୦: ଆୟ ବହିଭୂର୍ତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଫଶିଛନ୍ତି ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ। ସାଧାରଣ ଜନସ୍ୱାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀଙ୍କ ଘରେ ସୋମବାର ସକାଳୁ ଚଢ଼ାଉ କରାଯାଉଛି। ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ ଏକକାଳୀନ ୬ଟି ସ୍ଥାନରେ କରାଯାଉଛି।
କଟକ ସିଡିଏ ସେକ୍ଟର-୭ରେ ଥିବା ୩ ମହଲା ଘର, ସାଲେପୁର ଚମ୍ପତିପାଟଣାରେ ଥିବା ପୈତୃକ ଘର, ଜଟଣୀ କଣ୍ଟିଲୋରେ ଥିବା ସୃଷ୍ଟି ପ୍ଲାଜାରେ ରେଡ୍ କରାଯାଇଛି।
ସେହିପରି ଜଗତସିଂହପୁର କୁଜଙ୍ଗରେ ଥିବା ସମ୍ପର୍କୀୟଙ୍କ ଘର, ଭୁବନେଶ୍ୱରସ୍ଥିତ କାର୍ଯ୍ୟାଳୟରେ ଚଢାଉ ହୋଇଛି । ଭିଜିଲାନ୍ସର ୩ଜଣ ଡିଏସପିଙ୍କ ନେତୃତ୍ୱରେ ଚଢାଉ ଜାରି ରହିଛି । ଏଥିରେ ୧୧ ଜଣ ଇନ୍ସପେକ୍ଟର ଓ ୨ ସବ-ଇନ୍ସପେକ୍ଟର ସାମିଲ ଅଛନ୍ତି ।

Related Posts

Seo wordpress plugin by www.seowizard.org.